ଗଞ୍ଜାମ ଜିଲ୍ଲାରେ ସବୁ ଧର୍ମାନୁଷ୍ଠାନ ବନ୍ଦ

ଗଞ୍ଜାମ ଜିଲ୍ଲାରେ ସବୁ ଧର୍ମାନୁଷ୍ଠାନ ବନ୍ଦ

ଗଞ୍ଜାମ ଜିଲ୍ଲାରେ ସବୁ ଧର୍ମାନୁଷ୍ଠାନ ବନ୍ଦ
ଭୁବନେଶ୍ୱର: ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଏହାରି ଭିତରେ ଏକ ବଡ଼ ଖବର ଆସିଛି । ତାହା ହେଲା ଗଞ୍ଜାମ ଜିଲ୍ଲାର ସବୁ ଧର୍ମାନୁଷ୍ଠାନ ଆସନ୍ତାକାଲି ଠାରୁ ବନ୍ଦ ରହିବ । ୭ ଦିନ ପର୍ଯ୍ୟନ୍ତ ଧର୍ମାନୁଷ୍ଠାନ ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି । ଆସନ୍ତାକାଲିଠୁ ୨୧ ତାରିଖ ଯାଏଁ ସବୁ ଧର୍ମାନୁଷ୍ଠାନ ବନ୍ଦ ରହିବ । କୋଭିଡ ସଂକ୍ରମଣ ବୃଦ୍ଧି ପରେ ଜିଲ୍ଲା ପ୍ରଶାସନ ନିଷ୍ପତି ନେଇଛି । ୭ ଦିନ ଧର୍ମାନୁଷ୍ଠାନ ସାନିଟାଇଜ୍ ସହ ରୀତିନୀତି ପାଳନ କରାଯିବ । ପାର୍କ, ଖେଳ ପଡିଆ , ସମୁଦ୍ର ବେଳାଭୂମି ଓ ହ୍ରଦ ମଧ୍ୟ ୭ଦିନ ବନ୍ଦ ରହିବ । ସବୟସାଧାରଣରେ ମେରୁ ଯାତ୍ରା ଓ ପଣା ସଂକ୍ରାନ୍ତି ପାଳନ ଉପରେ କଟକଣା ଲାଗିଛି ।