ଗୁଜୁରାଟରୁ ଫେରିବେ ଓଡ଼ିଆ ଶ୍ରମିକ, ନବୀନ- ବିଜୟ ରୂପାନୀ କଲେ ଆଲୋଚନା

ଗୁଜୁରାଟରୁ ଫେରିବେ ଓଡ଼ିଆ ଶ୍ରମିକ, ନବୀନ- ବିଜୟ ରୂପାନୀ କଲେ ଆଲୋଚନା

ଗୁଜୁରାଟରୁ ଫେରିବେ ଓଡ଼ିଆ ଶ୍ରମିକ, ନବୀନ- ବିଜୟ ରୂପାନୀ କଲେ ଆଲୋଚନା
ଭୁବନେଶ୍ୱର: ଗୁୁଜୁରାଟରେ କାମ କରୁଥିବା ଓଡ଼ିଆ ଶ୍ରମିକମାନଙ୍କୁ ନିଦାପଦରେ ଓଡ଼ିଶା ଫେରାଇ ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମଧ୍ୟରେ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା ପରେ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏହି ଆଲୋଚନାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ଯୋଗଦେଇଥିଲେ । ଆଲୋଚନାରେ ଗୃହୀତ ନିଷତ୍ତି ଅନୁଯାୟୀ ଗୁଜୁରାଟରୁ ଓଡ଼ିଆ ଶ୍ରମିକମାନଙ୍କୁ ନିରାପଦରେ ଫେରାଇ ଆଣିବା ପାଇଁ ଦୁଇ ରାଜ୍ୟରୁ ଦୁଇ ଜଣ ବରିଷ୍ଠ ଅଧିକାରୀଙ୍କୁ ନେଇ ଏକ ସମନ୍ୱୟ କମିଟି ଗଠନ କରାଯିବ । ମୁଖ୍ୟତଃ ସେମାନଙ୍କୁ ବସ ଯୋଗେ ଫେରାଇ ଆଣିବାକୁ ବ୍ୟବସ୍ଥା କରାଯିବ । ଏହାଛଡ଼ା ଅନ୍ୟ ପରିବହନ ମାଧ୍ୟମ ସମ୍ପର୍କରେ ଅନୁଧ୍ୟାନ କରି ନିଷ୍ପତ୍ତି ନିଆଯିବ । ଓଡ଼ିଶା ଫେରିବାକୁ ଚାହୁଁଥିବା ସବୁ ବ୍ୟକ୍ତିଙ୍କ ପାଇଁ ପଞ୍ଜିକରଣ ବାଧ୍ୟତାମୂଳକ । ଏଥିପାଇଁ ଆବଶ୍ୟକ ବ୍ୟବସ୍ଥା କରାଯିବା ଯାହାଦ୍ୱାରା କି ଓଡ଼ିଶାରେ ପହଞ୍ଚିବା ପରେ ସେମାନେ କ୍ୱାରେଣ୍ଟାଇନରେ ରହିବା ସହିତ ଅନ୍ୟାନ୍ୟ ସୁବିଧା ପାଇପାରିବେ । ଗୁଜୁରାଟରୁ ଶ୍ରମିକମାନଙ୍କୁ ନେଇ ଫେରୁଥିବା ବସର ରୋଡ ଟ୍ୟାକ୍ସକୁ ଛାଡ଼ କରିବା ପାଇଁ ମହାରାଷ୍ଟ୍ର, ମଧ୍ୟପ୍ରଦେଶ ଓ ଛତିଶଗଡ଼ ସରକାରଙ୍କୁୁ ଅନୁରୋଧ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି ।