ଗୋଶାଳା ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଗୋରୁ ମାନଙ୍କ ରକ୍ଷଣା ବେକ୍ଷଣା ଓ ବ୍ୟବସ୍ଥା ସମ୍ପର୍କରେ କଲେ ଅନୁଧ୍ୟାନ

ଗୋଶାଳା ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଗୋରୁ ମାନଙ୍କ ରକ୍ଷଣା ବେକ୍ଷଣା ଓ ବ୍ୟବସ୍ଥା ସମ୍ପର୍କରେ କଲେ ଅନୁଧ୍ୟାନ

ଗୋଶାଳା ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ,  ଗୋରୁ ମାନଙ୍କ ରକ୍ଷଣା ବେକ୍ଷଣା ଓ ବ୍ୟବସ୍ଥା ସମ୍ପର୍କରେ କଲେ ଅନୁଧ୍ୟାନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଜଟଣୀର ଜାମୁକୋଳି ଅଞ୍ଚଳରେ ଥିବା ଭୁବନେଶ୍ୱର ମହାନଗର ନିଗମ ଅଧୀନସ୍ଥ ଗୋଶାଳା ପରିଦର୍ଶନ କରି ଗୋରୁ ମାନଙ୍କ ରକ୍ଷଣା ବେକ୍ଷଣ ଓ ସେମାନଙ୍କ ପାଇଁ ଥିବା ବ୍ୟବସ୍ଥା ସମ୍ପର୍କରେ ପ୍ରତ୍ୟକ୍ଷ  ଅନୁଧ୍ୟାନ କରିଛନ୍ତି । ଗାଈ ମାନଙ୍କର ଉପଯୁକ୍ତ ଯତ୍ନ ନେବା ପାଇଁ କର୍ମଚାରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି । ଗାଈ ମାନଙ୍କ ପାଇଁ ଥିବା ବିଭିନ୍ନ ବ୍ୟବସ୍ଥା, ଦିଆ ଯାଉଥିବା ଗୋ ଖାଦ୍ୟ ସବୁ ବୁଲି ଦେଖିଥିଲେ ଏବଂ କିଛି  ଗାଈ ମାନଙ୍କୁ ଫଳ ଓ  ପନିପରିବା ମଧ୍ୟ ଖାଇବାକୁ ଦେଇଥିଲେ । ଏକ ନବ ଜନ୍ମିତ ବାଛୁରୀକୁ ଦେଖି ମୁଖ୍ୟମନ୍ତ୍ରୀ ଏହାର ନାମ କଣ ବୋଲି ପଚାରି ଥିଲେ । ତାହାର ନାମ ଦିଆ ଯାଇ ନାହିଁ ବୋଲି ଜାଣିବା ପରେ ମୁଖ୍ୟମନ୍ତ୍ରୀ ତା’ର ନାମ ରଖିଥଲେ କ୍ରିଷ୍ଣା ।


ସୂଚନା ଯୋଗ୍ୟ ଯେ ଜାମୁକୋଳି ଠାରେ ୨୦୧୮ ମସିହାରେ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ୫.୫ ଏକର ପରିମିତ ଜମିରେ ଏକ ଗୋଶାଳା ସ୍ଥାପନ କରା ଯାଇଛି । ଏହାକୁ ୨୦.୫ ଏକର ପରିମିତ ଅଞ୍ଚଳକୁ ସମ୍ପ୍ରସାରିତ କରିବାକୁ ପ୍ରସ୍ତାବ ରହିଛି । ଏଥିରେ ବର୍ତ୍ତମାନ ୯୦୬ ଟି ଗାଈ ଗୋରୁ ଅଛନ୍ତି । ସହରର ବୁଲା ଗାଈ ଗୋରୁ ମାନଙ୍କୁ ମୁଖ୍ୟତଃ ଏଠାରେ ରଖାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ସହିତ ୫ଟି ସଚିବ ଶ୍ରୀ ଭି କେ  ପାଣ୍ଡିଆନ ମଧ୍ୟ ଗୋଶାଳା  ପରିଦର୍ଶନ  କରିଥିଲେ । ଭୁବନେଶ୍ୱର ମହାନଗର ନିଗମ ମେୟର, ଉତ୍ତର ବିଧାୟକ, ପୂର୍ବତନ ବିଧାୟକ, ମହାନଗର ନିଗମର କମିସନର ପ୍ରମୁଖ ଉପସ୍ଥତ ଥିଲେ ।