ଘରୋଇ କମ୍ପାନୀକୁ କରୋନା ଛାଟ

ଘରୋଇ କମ୍ପାନୀକୁ କରୋନା ଛାଟ

ଭୁବନେଶ୍ୱର : ଘରୋଇ କମ୍ପାନୀ ମାନଙ୍କୁ Work From Home ବ୍ୟବସ୍ଥା ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ପରାମର୍ଶ ଦିଆଯାଇଛି । ଯଦି ସେମାନେ ଏହା ନ କରନ୍ତି, ତେବେ ସେମାନଙ୍କର ବର୍ତ୍ତମାନର ବ୍ୟବସ୍ଥା ଚାଲୁ ରଖିବା ପାଇଁ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କ ଠାରୁ ପ୍ରମାଣ ପତ୍ର ଆଣିବାକୁ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନିର୍ଦେଶ ଦେଇଛନ୍ତି ! ସେ କହିଛନ୍ତି ଯେ, ଖୋର୍ଦ୍ଧା, ଗଞ୍ଜାମ, କଟକ, କେନ୍ଦ୍ରାପଡା ଓ ଅନୁଗୁଳ ଜିଲ୍ଲାର ସବୁ ସହର ଓ ସବୁ ଗାଁ ସହିତ ସମ୍ବଲପୁର, ଝାରସୁଗୁଡା, ବାଲେଶ୍ବର, ରାଉରକେଲା, ଭଦ୍ରକ, ପୁରୀ, ଯାଜପୁର ରୋଡ ଏବଂ ଯାଜପୁର ଟାଉନରେ ପ୍ରାୟ ସମ୍ପୂର୍ଣ୍ଣ (Near Total) Lock Down କରାଯିବ। • ୨୨ ମାର୍ଚ୍ଚ ରବିବାର ସକାଳ ୭ଟା ରୁ ୨୯ ମାର୍ଚ୍ଚ ରାତି ୯ଟା ପର୍ଯ୍ୟନ୍ତ Near Total Lock Down ରହିବ। • ଏହି ସମୟରେ କେବଳ ବସ୍‌, ଟ୍ରେନ୍‌ ଓ ବିମାନ ସେବା ସହିତ Grocery ଦୋକାନ, ପରିବା ଦୋକାନ, ମାଛ, ମାଂସ, ଅଣ୍ଡା, ଚିକେନ୍‌, ପେଟ୍ରୋଲ ପମ୍ପ ଏବଂ ମେଡିସିନ୍‌ ଦୋକାନ ଆଦି ଖୋଲା ରହିବ। ଅତ୍ୟାବଶ୍ୟକ ଦ୍ରବ୍ୟର wholesale market ମଧ୍ୟ ଖୋଲା ରହିବ। • ସେହିପରି ଏସବୁ ଅଞ୍ଚଳରେ ଡାକ୍ତରଖାନା, ବ୍ୟାଙ୍କ, ATM, ମ୍ୟୁନିସ୍‌ପାଲଟି ସେବା, ପୋଲିସ, ଅଗ୍ନିଶମ ସେବା, ODRAF, ପାନୀୟ ଜଳ ଓ ବିଦ୍ୟୁତ ସେବା ଆଦି ଜାରି ରହିବ। ପ୍ରଶାସନିକ କାର୍ଯ୍ୟାଳୟ ଗୁଡିକ ମଧ୍ୟ ଖୋଲା ରହିବ। • ଉପରୋକ୍ତ ୫ ଗୋଟି ଜିଲ୍ଲା ଓ ୭ ଗୋଟି ସହରରେ ସାମାଜିକ ସୁରକ୍ଷା ପେନ୍‌ସନ ଓ ସାଧାରଣ ବଣ୍ଟନ ବ୍ୟବସ୍ଥାର ସାମଗ୍ରୀର ବିତରଣ କାର୍ଯ୍ୟ ବର୍ତ୍ତମାନ ପାଇଁ ସ୍ଥଗିତ ରଖାଯାଇଛି। • ସ୍ଥାନୀୟ ପରିସ୍ଥିତିକୁ ଆକଳନ କରି ଜିଲ୍ଲାପାଳମାନେ ଯେ କୌଣସି ସେବା ଓ କ୍ଷେତ୍ରକୁ ବାଦ ଦେଇପାରିବେ ବା ଯୋଗ କରିପାରିବେ।