ଘାତକ ହେଉଛି କରୋନା, ୨୪ ଘଣ୍ଟାରେ ୨୮୫ ମୃତ

ଘାତକ ହେଉଛି କରୋନା, ୨୪ ଘଣ୍ଟାରେ ୨୮୫ ମୃତ

ଘାତକ ହେଉଛି କରୋନା, ୨୪ ଘଣ୍ଟାରେ ୨୮୫ ମୃତ

ନୂଆଦିଲ୍ଲୀ: ଦେଶରେ ଉପରମୁହାଁ ହେଲାଣି କରୋନା ଗ୍ରାଫ। ଗତ କିଛି ଦିନ ହେବ ଦୈନିକ ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍ ଲାଗଥିଲା କିନ୍ତୁ ଆଜି ପୁଣି ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଆଜି ଦେଶରେ ୧ଲକ୍ଷ ୪୧ହଜାର ୪୨୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୨୮୫ଜଣ କରୋନାରେ ପ୍ରାଣ ହରାଇଛନ୍ତି ବୋଲି  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ଲକ୍ଷ ୮୩ହଜାର ୪୬୩କୁ ବୃଦ୍ଧି ପାଇଛି । ମୃତୁ୍ୟ ହାର ରହିଛି ୧.୩୮ପ୍ରତିଶତ ରହିଛି । 


 ଏବେ ଦେଶରେ କରୋନା ସଂକ୍ରମଣର ସକ୍ରିୟ ମାମଲା ୪ଲକ୍ଷ ପାର୍ କରିଛି । ଆଜି ଦେଶରେ କରୋନାଜନିତ ସକ୍ରିୟ ମାମଲା ରହିଛି ୪ଲକ୍ଷ ୭୨ହଜାର ୧୬୯ରହିଛି । ଅନ୍ୟପଟେ କରୋନାର ମୁକାବିଲା ପାଇଁ ଦେଶରେ ଏବେ ବି ଟିକାକରଣ ଜୋରଦାର ଚାଲିଛି  ।