ଘୋଷଯାତ୍ରା : ରଥାରୁଢ଼ ହେଲେ ତିନି ଠାକୁର

ଘୋଷଯାତ୍ରା : ରଥାରୁଢ଼ ହେଲେ ତିନି ଠାକୁର

ଘୋଷଯାତ୍ରା : ରଥାରୁଢ଼ ହେଲେ ତିନି ଠାକୁର

ପୁରୀ : ଆଜି କୋଟି ପ୍ରାଣର ସ୍ପନ୍ଦନ କାଳିଆ ସାଆନ୍ତଙ୍କ ଘୋଷଯାତ୍ରା । ନିଜର ପତିତପାବନ ନାମକୁ ସାର୍ଥକ କରିବା ପାଇଁ ବଡ଼ ଦେଉଳର ରତ୍ନଭଣ୍ଡାରର ଆକର୍ଷଣକୁ ତ୍ୟାଗ କରି ଭକ୍ତଙ୍କ ମେଳକୁ ଚାଲି ଆସିବାକୁ ମହାପ୍ରଭୁ ଶ୍ରୀଜଗନ୍ନାଥ ବ୍ୟସ୍ତ। ବଡ଼ଭାଇ ଶ୍ରୀବଳଦେବ, ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଘେନି ସମସ୍ତ ଅଲୌକିକତା ମଧ୍ୟରେ ଲୌକିକତାର ପରିପ୍ରକାଶ ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥ ଆଜି ରଥଯାତ୍ରାରେ ଗୁଣ୍ଡିଚା ମନ୍ଦିରକୁ ବାହାରିଛନ୍ତି । ଏଥିପାଇଁ ଆଜି ଚଳଚଞ୍ଚଳ ହୋଇ ଉଠିଛି ବଡ଼ଦାଣ୍ଡ । 


ଧାଡ଼ି ପହଣ୍ଡିରେ ଦଇତାଙ୍କ କାନ୍ଧରେ ଝୁଲି ଝୁଲି ବଡ଼ଦାଣ୍ଡକୁ ଆସିଲେ ଚତୁର୍ଦ୍ଧାମୂର୍ତ୍ତୀ । ପ୍ରଥମେ ସୁଦର୍ଶନ ମହାପ୍ରଭୁ ପହଣ୍ଡି ହୋଇ ରଥାରୂଢ଼ ହେବା ପରେ  ଶ୍ରୀବଳଭଦ୍ର ଓ ପରେ  ହେଲା ଦେବୀ ସୁଭଦ୍ରାଙ୍କ ପହଣ୍ଡି ।  ପରେ ଶେଷରେ ପହଣ୍ଡିରେ ଆସିଥିଲେ କାଳିଆ ସାଆନ୍ତ । ଅତ୍ୟନ୍ତ ମନରୋମ ପରିବେଶରେ ତିନି ଠାକୁରଙ୍କ ପହଣ୍ଡି ଶେଷ ହୋଇଛି । ରଥଯାତ୍ରା ଉପଲକ୍ଷେ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଛି । ସମସ୍ତେ ଅନେଇ ରହିଛନ୍ତି କେତେବେଳେ ତିନି ଠାକୁରଙ୍କ ରଥଟଣା ଆରମ୍ଭ ହେବ ଓ ରଥାରୂଢ଼ ଠାକୁରଙ୍କୁ ଦର୍ଶନ କରିବାର ସମୟ ଆସିବ ।