ଚାରି ମାସ ମଧ୍ୟରେ ସର୍ବନିମ୍ନ ସ୍ତରରେ କରୋନା ସଂକ୍ରମଣ : ୨୪ ଘଣ୍ଟାରେ ୩୦ ହଜାର ଆକ୍ରାନ୍ତ

ଚାରି ମାସ ମଧ୍ୟରେ ସର୍ବନିମ୍ନ ସ୍ତରରେ କରୋନା ସଂକ୍ରମଣ : ୨୪ ଘଣ୍ଟାରେ ୩୦ ହଜାର ଆକ୍ରାନ୍ତ

ଚାରି ମାସ ମଧ୍ୟରେ ସର୍ବନିମ୍ନ ସ୍ତରରେ କରୋନା ସଂକ୍ରମଣ : ୨୪ ଘଣ୍ଟାରେ ୩୦ ହଜାର ଆକ୍ରାନ୍ତ
ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ଗ୍ରାଫ ଦିନକୁ ଦିନ ତଳୁଆ ହେବାରେ ଲାଗିଛି । ବିଗତ ୪ ମାସ ମଧ୍ୟରେ କରୋନା ସଂକ୍ରମଣ ସର୍ବନିମ୍ନ ସ୍ତରରେ ପହଞ୍ଚିଛି । ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାର ୫୪୮ ନୂ୍ତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ଯାହାକି ବିଗତ ୪ ମାସ ମଧ୍ୟରେ ସର୍ବନିମ୍ନ । ଶେଷ ଥର ପାଇଁ ଜୁଲାଇ ୨୯ ତାରିଖରେ ୨୯ ୪୯୨ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ୩୦୮୪୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୮୮ ଲକ୍ଷ ୪୫ ହଜାର ୧୨୭ରେ ପହଞ୍ଚିଛି । ଏହା ସହିତ ବିଗତ ୨୪ ଘଣ୍ଟା ମଧ୍ୟରେ ମୃତ୍ୟୁ ସଂଖ୍ୟା ମଧ୍ୟ ୪୩୫କୁ ହ୍ରାସ ପାଇଛି । ୪୩୫ ନୂତନ ମୃତ୍ୟୁ ସହିତ ସମୁଦାୟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩୦ ହଜାର ୭୦ରେ ପହଞ୍ଚିଛି । ଏହା ସହିତ ଆକ୍ରାନ୍ତଙ୍କ ତୁଳନାରେ ଆରୋଗ୍ୟଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି । ବିଗତ ୨୪ ଘଣ୍ଟା ମଧ୍ୟରେ ୪୩ ହଜାର ୮୫୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୮୨ ଲକ୍ଷ ୪୯ ହଜାର ୫୭୯ରେ ପହଞ୍ଚିଛି । ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟାରେ ୧୩ ହଜାର ୭୩୮ ଜଣ ହ୍ରାସ ପାଇଥିବା ବେଳେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୬୫ ହଜାର ୪୭୮ରେ ରହିଛି । ମହାରାଷ୍ଟ୍ର ଦେଶର ସର୍ବାଧିକ ପ୍ରଭାବିତ ରାଜ୍ୟ ରହିଛି । ବିଗତ ୨୪ ଘଣ୍ଟା ମଧ୍ୟରେ ମହାରାଷ୍ଟ୍ରରେ ୨୫୪୪ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୦ ଜଣଙ୍କର ମୃତ୍ୟୁ ଘଟିଛି । ଇିଶ୍ୱବ୍ୟାପୀ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ କୋଟି ୪୩ ଲକ୍ଷ ୬୬ ହଜାର ୪୬୨ରେ ପହଞ୍ଚିଥିବା ବେଳେ ମୃତ୍ୟୁ ସଂଖ୍ୟା ୧୩ ଲକ୍ଷ ୧୭ ହଜାର ୫୮ରେ ପହଞ୍ଚିଛି । ବିଶ୍ୱର ଶକ୍ତିଶାଳୀ ରାଷ୍ଟ୍ର ଆମେରିକା ଉଭୟ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ୧ ନମ୍ବର ସ୍ଥାନରେ ରହିଛି । ଆମେରିକାରେ ୧ କୋଟି ୧୦ ଲକ୍ଷ ୩୫ ହଜାର ୯୨୨ ଆକ୍ରାନ୍ତ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୪୬ ହଜାର୨୦୬ ରହିଛି । ଏହି ତାଲିକାରେ ଆମେରିକା ପଛକୁ ଦ୍ୱିତୀୟ ସ୍ଥାନରେ ରହିଛି ଭାରତ ।