ଜନ୍ମଦିନରେ ଚିତା ଛାଡିବେ ପ୍ରଧାନମନ୍ତ୍ରୀ

ଜନ୍ମଦିନରେ ଚିତା ଛାଡିବେ ପ୍ରଧାନମନ୍ତ୍ରୀ

ଜନ୍ମଦିନରେ ଚିତା ଛାଡିବେ ପ୍ରଧାନମନ୍ତ୍ରୀ


ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମଧ୍ୟପ୍ରଦେଶ ଗସ୍ତରେ ଯିବେ । ପୂର୍ବାହ୍ନ ପ୍ରାୟ ୧୦ଟା ୪୫ ମିନିଟ ବେଳେ ପ୍ରଧାନମନ୍ତ୍ରୀ ଚିତାକୁ କୁନୋ ଜାତୀୟ ଉଦ୍ୟାନ ଭିତରକୁ ଛାଡିବେ । 

କୁନୋ ଜାତୀୟ ଉଦ୍ୟାନରେ ପ୍ରଧାନମନ୍ତ୍ରୀପ୍ରଧାନମନ୍ତ୍ରୀଙ୍କ ଦ୍ୱାରା କୁନୋ ଜାତୀୟ ଉଦ୍ୟାନକୁ ହିଂସ୍ର ଚିତା ଛଡାଯିବା ଭାରତୀୟ ହିଂସ୍ରପ୍ରାଣୀ ଓ ସେମାନଙ୍କ ବସତିକୁ ସଶକ୍ତ କରିବା ଦିଗରେ ଏକ ଉଦ୍ୟମ । ୧୯୫୨ ମସିହାରେ ଭାରତରୁ ଚିତା ଲୋପ ପାଇଯାଇଥିବା ଘୋଷଣା କରାଯାଇଥିଲା । ଛଡାଯିବାକୁ ଥିବା ଚିତାଗୁଡିକୁ ଚଳିତ ବର୍ଷ ପ୍ରାରମ୍ଭରେ ସ୍ୱାକ୍ଷରିତ ଏକ ବୁଝାମଣାପତ୍ର ଆଧାରରେ ନାମିବ୍ୟାରୁ ଅଣାଯାଇଛି । ଚିତା ପ୍ରକଳ୍ପ ଅଧୀନରେ ଭାରତରେ ଚିତାଙ୍କୁ ପୁଣି ଛଡାଯାଉଛି । ଏହା ବିଶ୍ୱର ପ୍ରଥମ ଆନ୍ତଃ ମହାଦେଶୀୟ ହିଂସ୍ର ମାଂସାସୀ ପ୍ରାଣୀ ସ୍ଥାନାନ୍ତରଣ ପ୍ରକଳ୍ପ ।

ଚିତା ଛଡାଯିବା ଦ୍ୱାରା ଏହା ଭାରତର ଉନ୍ମୁକ୍ତ ଜଙ୍ଗଲ ଓ ତୃଣଭୂମି ବାତାବରଣ ପୁନରୁଦ୍ଧାରରେ ସହାୟକ ହେବ । ଏହା ଜୈବ ବିବିଧତାର ସଂରକ୍ଷଣ କରିବା ସହ ବାତାବରଣରେ ଜଳ ସୁରକ୍ଷା, ଅଙ୍ଗାରକାମ୍ଳ ବର୍ଜନ ଓ ମାଟିର ଆର୍ଦ୍ରତା ସଂରକ୍ଷଣ କରି ସମାଜ ପାଇଁ ହିତକାରକ ହେବ । ବନ୍ୟାପ୍ରାଣୀ ସଂରକ୍ଷଣ ସହ ପରିବେଶ ସୁରକ୍ଷା ନେଇ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା ଯୋଗୁଁ ସ୍ଥାନୀୟ ଜନସାଧାଣଙ୍କ ପରିବେଶ ପର୍ୟ୍ୟଟନ କାର୍ୟ୍ୟକଳାପ ବୃଦ୍ଧି ଓ ଜୀବିକାର୍ଜନ ସୁଯୋଗ ମଧ୍ୟ ବୃଦ୍ଧି ପାଇବ ।