ଝାରସୁଗୁଡା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଝାରସୁଗୁଡା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ


ଝାରସୁଗୁଡା : ଝାରସୁଗୁଡା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । କଂଗ୍ରେସରୁ ତରୁଣ ପାଣ୍ଡେ ପ୍ରାର୍ଥୀ ହୋଇଛନ୍ତି । ଏନେଇ ଏଆଇସିସି ପକ୍ଷରୁ ଘୋଷଣା କରାଯାିଛି । ପୂର୍ବତନ ବିଧାୟକ ବିରେନ୍ଦ୍ର ପାଣ୍ଡେଙ୍କ ପୁଅ ହେଉଛନ୍ତି ତରୁଣ ପାଣ୍ଡେ । ୧୮୮୦, ୧୮୮୫, ୧୯୯୫ରେ ବିରେନ୍ଦ୍ର ଝାରସୁଗୁଡାର ବିଧାୟକ ଥିଲେ  । ନିକଟରେ ବିଜେଡି ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ସ୍ୱର୍ଗତଃ ନବଦାସଙ୍କ ଝିଅକୁ ପ୍ରାର୍ଥୀ ଘୋଷଣା କରିଥିଲା । ଆଜି କଂଗ୍ରେସ ପ୍ରାର୍ଥୀ ଘୋଷଣଶ କଲା ପରେ ରାଜନୈତିକ ତାତି ବଢିଯାଇଛି ।