ଟିକା ଅନୁପାତ ୯୫:୫ ପାଇଁ କେନ୍ଦ୍ରକୁ ଚିଠି ଲେଖିଲା ରାଜ୍ୟ
ଟିକା ଅନୁପାତ ୯୫:୫ ପାଇଁ କେନ୍ଦ୍ରକୁ ଚିଠି ଲେଖିଲା ରାଜ୍ୟ
ଭୁବନେଶ୍ୱର: କରୋନାକୁ ମାତ ଦେବା ପାଇଁ ସରକାର ଟିକାକରଣ ଅଭିଯାନକୁ ଜୋରଦାର କରାଯାଇଛି । ଏହାରି ଭିତରେ ସରକାରୀ ଓ ଘରୋଇ ହସ୍ପିଟାଲ ଟିକା ଅନୁପାତକୁ ପରିବର୍ତ୍ତନ କରାଯିବାକୁ ଦାବି ଉଠିଛି । ଏନେଇ ମନ୍ତ୍ରୀ ନବ ଦାସ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ଚିଠି ଲେଖିଛନ୍ତି । ପରିବର୍ତିତ କୋଭିଡ ଟିକାକରଣ ଗାଇଡ ଲାଇନ ଅନୁଯାୟୀ, ଘରୋଇ ହସ୍ପିଟାଲଗୁଡ଼ିକ ଟିକା ପ୍ରସ୍ତୁତ କମ୍ପାନି ଠାରୁ ସିଧାସଳଖ ଭାବେ ୨୫ ପ୍ରତିଶତ ଟିକା କିଣିପାରିବେ। ଏବେ ସୁଦ୍ଧା ଓଡ଼ିଶାର ୭ଟି ହସ୍ପିଟାଲ କମ୍ପାନୀଠାରୁ ଟିକା ପାଇଛନ୍ତି । ଓଡ଼ିଶାରେ ଲୋକସଂଖ୍ୟା ଅନୁପାତରେ ଘରୋଇ ହସ୍ପିଟାଲ ସଂଖ୍ୟା ବହୁତ କମ୍ । ଏହା ରାଜ୍ୟରେ ସ୍ୱାସ୍ଥ୍ୟ କ୍ଷେତ୍ରରେ ମାତ୍ର ୫ ପ୍ରତିଶତ। ଏଥିରୁ ଆଶଙ୍କା କରାଯାଉଛି ଯେ ପ୍ରଚଳିତ ଗାଇଡଲାଇନ ଅନୁସାରେ ରାଜ୍ୟ ତାର ୨୫ ପ୍ରତିଶତ ଟିକା ଅନୁଦାନକୁ ହରାଇବ। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ସଚିବଙ୍କୁ ଏନେଇ ଅବଗତ କରି ସାରିଛନ୍ତି। ଏହି ୭୫ ଓ ୨୫ ଅନୁପାତକୁ ପରିବର୍ତ୍ତନ କରି ୯୫ ଓ ୫ ପ୍ରତିଶତ କରିବା ପାଇଁ ସେ ଦାବି କରିଛନ୍ତି। ଏହାଫଳରେ ରାଜ୍ୟର ଅନୁପାତ ହାରରେ ଘରୋଇ ହସ୍ପିଟାଲଗୁଡିକ ଆବଶ୍ୟକ ଟିକା କିଣି ପାରିବେ।




admin 