ଟ୍ୱିନ ସିଟିରେ ହେବ ସହରୀ ବନ୍ୟା!

ଟ୍ୱିନ ସିଟିରେ ହେବ ସହରୀ ବନ୍ୟା!

ଟ୍ୱିନ ସିଟିରେ ହେବ ସହରୀ ବନ୍ୟା!

ଭୁବନେଶ୍ବର: ଆଜି ବର୍ଷା ଯୋଗୁ ଉପକୂଳ ଓଡ଼ିଶା ପ୍ରଭାବିତ ହେବାର ସମ୍ଭାବନା ଥିବା ବେଳେ, ୧୪ରେ ଆଭ୍ୟନ୍ତରୀଣ ସହ ପଶ୍ଚିମ ଓଡ଼ିଶା ଅଧିକ ପ୍ରଭାବିତ ହେବା ସମ୍ଭାବନା ରହିଛି। ଖାଲି ସେତିକି ନୁହେଁ, ବର୍ଷାର ପ୍ରଭାବରେ କଟକ-ଭୁବନେଶ୍ବର‌ରେ ସହରୀ ବନ୍ୟାର ଆଶଙ୍କା ମଧ୍ୟ ଦେଖା ଦେବ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଅତିପ୍ରବଳ ତଥା ଅତ୍ୟନ୍ତ ପ୍ରବଳ ବର୍ଷା ପ୍ରଭାବରେ ତଳୁଆ ଅଞ୍ଚଳରେ ପାଣି ଜମିବା ସହ, ସହରୀ ବନ୍ୟା ପରିସ୍ଥିତି ଉପୁଜିବା ଏହାଛଡ଼ା ଅଣ୍ଡର-ପାସ ରୋଡ଼ରେ ପାଣି ଜମିବା ସହ, ପାହାଡିଆ ଅଞ୍ଚଳରେ ଭୂସ୍ଖଳନର ବି ଆଶଙ୍କା ରହିଛି। ଓଡ଼ିଶା ଉପକୂଳ ଏବଂ ତାର ଆଖ-ପାଖ ଅଞ୍ଚଳରେ ଝଡ଼ ପବନ ଘଣ୍ଟା ପ୍ରତି ୪୫ ରୁ ୫୫ କିମି ସହ ସର୍ବାଧିକ ୬୫ କିମି ଯାଏଁ ରହିବା ସହ ସମୁଦ୍ର ଅତ୍ୟଧିକ ଅଶାନ୍ତ ରହିବ। ଏହି କାରଣରୁ ମତ୍ସ୍ୟଜୀବୀମାନଙ୍କୁ ୧୫ ତାରିଖ ଯାଏଁ ସମୁଦ୍ର ଭିତରକୁ ନ ଯିବା ଲାଗି ପରାମର୍ଶ ଦିଆଯାଇଛି।
ଆଗାମୀ ୧୨ ଘଣ୍ଟା ମଧ୍ୟରେ ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ, ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଆସନ୍ତାକାଲି, ୧୪ ତାରିଖ ସୁଦ୍ଧା ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତ ସମ୍ଭାବନା ରହିଛି।