ଦେଶର ପ୍ରଥମ କରୋନା ଟିକା ‘କୋଭାକ୍ସିନ’ ପ୍ରସ୍ତୁତ ।

ଦେଶର ପ୍ରଥମ କରୋନା ଟିକା ‘କୋଭାକ୍ସିନ’ ପ୍ରସ୍ତୁତ ।

ଦେଶର ପ୍ରଥମ କରୋନା ଟିକା ‘କୋଭାକ୍ସିନ’ ପ୍ରସ୍ତୁତ ।
ଦେଶର ପ୍ରଥମ କରୋନା ଟିକା ‘କୋଭାକ୍ସିନ’ ପ୍ରସ୍ତୁତ କରାଯାଇଛି । ଜୁଲାଇ ମାସରେ ଦେଶବ୍ୟାପୀ ଏହାର କ୍ଲିନିକାଲ୍ ଟ୍ରାଏଲ କରାଯିବ । ଆଇସିଏମ୍ଆର୍, ନ୍ୟାସନାଲ୍ ଇନଷ୍ଟିଟ୍ୟୁଟ୍ ଅଫ୍ ଭାଇରୋଲୋଜି–ଏନ୍ଆଇଭି ସହ ମିଳିତ ଉଦ୍ୟମରେ ଭାରତ ବାୟୋଟେକ୍ ‘କୋଭାକ୍ସିନ’ ପ୍ରସ୍ତୁତ କରିଛି। ଏନ୍ଆଇଭିରେ ଏହାର ଗବେଷଣା ପରେ ଭାରତ ବାୟୋଟେକ୍କୁ ଟିକା ପ୍ରସ୍ତୁତ ପାଇଁ ଜ୍ଞାନକୌଶଳ ଦିଆଯାଇଥିଲା। ତେବେ ସଂପୂର୍ଣ୍ଣ ଭାରତୀୟ ଜ୍ଞାନକୌଶଳରେ ଭାରତ ବାୟୋଟେକ୍ ଏହି ଟିକା ପ୍ରସ୍ତୁତ କରିଛି। ଏହି ଟିକାକୁ ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ୍ ଅଫ୍ ଇଣ୍ଡିଆ–ଡିସିଜିଆଇର ମଞ୍ଜୁରୀ ମିଳିଛି। ଭାରତ ବାୟୋଟେକ୍ ପକ୍ଷରୁ ପ୍ରସ୍ତୁତ ହୋଇଥିବା କୋଭାକ୍ସିନର ଫେଜ୍–୧ ଓ ଫେଜ୍–୨ କ୍ଲିନିକାଲ୍ ଟାଏଲ ପାଇଁ ଡିସିଜିଆଇ ମଞ୍ଜୁରୀ ଦେଇଛି।