ଦେଶରୁ ଦିନକରେ ୪୨ ହଜାର ୬୪୦ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଦେଶରୁ ଦିନକରେ ୪୨ ହଜାର ୬୪୦ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଦେଶରୁ ଦିନକରେ ୪୨ ହଜାର ୬୪୦ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ

ନୂଆଦିଲ୍ଲୀ:ଆଜି ଆମ ଦେଶରେ ଗୋଟିଏ ଦିନରେ ୪୨ ହଜାର ୬୪୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ୨୪ ଘଂଟାରେ କରୋନାରେ ୧ ହଜାର ୧୬୬ ଜଣ ମୃତୁ୍ୟବରଣ କରିଛନ୍ତି । ସେହିପରି ଦେଶରେ ମୋଟ୍ ମୃତୁ୍ୟ ସଂଖ୍ୟା ୩ ଲକ୍ଷ ୮୯ ହଜାର ୩୦୨ କୁ ବୃଦ୍ଧି ପାଇଛି । ବର୍ତମାନ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୯ ଲକ୍ଷ ୭୭ ହଜାର ୮୬୧ ରେ ପହଂଚିଛି । ଦେଶରେ ୬ ଲକ୍ଷ ୬୨ ହଜାର ୫୨୧ ଜଣ କରୋନା ରୋଗୀ ଏବେ ବି ଚିକିତ୍ସାଧୀନ ହେଉଛନ୍ତି  । ସେହପିରି ୨ କୋଟି ୮୯ ଲକ୍ଷ ୨୬ ହଜାର ୦୩୮ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଦେଶରେ ଏଯାବତ ୨୮  କୋଟି ୮୭ ଲକ୍ଷ ୬୬ ହଜାର ୨୦୧ ଜଣ  ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛ ।