ଦେଶରୁ ଦିନକରେ ୪୪ ହଜାର ନୂଆ କରୋନା ପଜିଟିଭ୍ ଚିହ୍ନଟ

ଦେଶରୁ ଦିନକରେ ୪୪ ହଜାର ନୂଆ କରୋନା ପଜିଟିଭ୍ ଚିହ୍ନଟ

ଦେଶରୁ ଦିନକରେ ୪୪ ହଜାର ନୂଆ କରୋନା ପଜିଟିଭ୍ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୪ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୭ ଶହରୁ ସାମାନ୍ୟ ଅଧିକ ରହିଛି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୪,୧୧୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୭୩୮ ମୃତ୍ୟୁ ରେକର୍ଡ କରାଯାଇଛି । ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୦୫,୦୨,୩୬୨ ଓ ମୃତ୍ୟୁସଂଖ୍ୟା ୪,୦୧,୦୫୦ରେ ପହଞ୍ଚିଛି । 

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୫୭,୪୭୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୯୬,୦୫,୭୭୯ରେ ପହଞ୍ଚିଛି ।

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୯୫,୫୩୩ ।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୩୪,୪୬,୧୧,୨୯୧ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି ।