ଦେଶରୁ ଦିନକରେ ୪୬ ହଜାର କରୋନା ପଜିଟିଭ୍ ଚିହ୍ନଟ
ଦେଶରୁ ଦିନକରେ ୪୬ ହଜାର କରୋନା ପଜିଟିଭ୍ ଚିହ୍ନଟ
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୬ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ଏପ୍ରିଲ୍ ମାସ ପରଠାରୁ ପ୍ରଥମ ଥର ପାଇଁ ଏକ ହଜାର ତଳକୁ ରହିଛି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୬,୧୪୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୯୭୯ ମୃତ୍ୟୁ ରେକର୍ଡ କରାଯାଇଛି । ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୦୨,୩୩,୧୮୩ ଓ ମୃତ୍ୟୁସଂଖ୍ୟା ୩,୯୬,୭୩୦ରେ ପହଞ୍ଚିଛି । ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୫୮,୫୭୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୯୩,୫୧,୦୨୯ରେ ପହଞ୍ଚିଛି । ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୫,୭୨,୯୯୪ ।