ଦେଶରୁ ଦିନକରେ ୯୧ ହଜାର ୭୦୨ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଦେଶରୁ ଦିନକରେ ୯୧ ହଜାର ୭୦୨ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଦେଶରୁ ଦିନକରେ ୯୧ ହଜାର ୭୦୨ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ
ନୂଆଦିଲ୍ଲୀ: କରୋନା ଭାଇରସର ଦ୍ୱିତୀୟ ଲହରୀ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି । ଦେଶରେ କରୋନାର ଦ୍ୱିତୀୟ ଲହରୀ ଦ୍ରୁତ ଗତିରେ ବଢିଚାଲିଛି । ଏଭଳି ସ୍ଥିତି ଆଉ କେତେ ଦିନ ରହିବ ଓ ଆଗକୁ କଣ ହେବ ତାଙ୍କୁ ନେଇ ଲୋକମାନେ ଆଶା ଓ ଆଶଙ୍କାରେ ରହିଛନ୍ତି । ଆମ ଦେଶରେ ଅନେକ ରାଜ୍ୟରେ ଲକଡାଉନ ଲାଗିଛି । ଆଜି ଆମ ଦେଶରେ ଗୋଟିଏ ଦିନରେ ୯୧ ହଜାର ୭୦୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ୨୪ ଘଂଟାରେ କରୋନାରେ ୩ ହଜାର ୪୦୩ ଜଣ ମୃତୁ୍ୟବରଣ କରିଛନ୍ତି । ସେହିପରି ଦେଶରେ ମୋଟ୍ ମୃତୁ୍ୟ ସଂଖ୍ୟା ୩ ଲକ୍ଷ ୬୩ ହଜାର ୭୯ କୁ ବୃଦ୍ଧି ପାଇଛି । ବର୍ତମାନ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୨ ଲକ୍ଷ ୭୪ ହଜାର ୮୨୩ ରେ ପହଂଚିଛି । ଦେଶରେ ୧୧ ଲକ୍ଷ ୨୧ ହଜାର ୬୭୧ ଜଣ କରୋନା ରୋଗୀ ଏବେ ବି ଚିକିତ୍ସାଧୀନ ହେଉଛନ୍ତି । ସେହପିରି ୨ କୋଟି ୭୭ ଲକ୍ଷ ୯୦ ହଜାର ୦୭୩ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଦେଶରେ ଏଯାବତ ୨୪ କୋଟି ୬୦ ଲକ୍ଷ ୮୫ ହଜାର ୬୪୯ ଜଣ ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛ ।