ଦେଶରେ ଦିନକରେ ୧୮,୭୩୮ ନୂଆ ସଂକ୍ରମିତ
ଦେଶରେ ଦିନକରେ ୧୮,୭୩୮ ନୂଆ ସଂକ୍ରମିତ

ନୂଆଦିଲ୍ଲୀ: ଦେଶରେ ତଳ ଉପର ହେଉଛି କୋରୋନା ସଂକ୍ରମଣ । ଦୁଇ ଦିନ ହେଲା ଦୈନିକ ସଂକ୍ରମଣ ମାମଲା ୨୦ ହଜାର ତଳେ ରହୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୧୮,୭୩୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଦିନକରେ ୧୮,୫୫୮ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା ୪,୩୪,୮୪,୧୧୦କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ଦେଢ ଲକ୍ଷ ମୁହାଁ ରହିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୩୪,୯୩୩ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୫.୦୨% ରହିଛି । ଏବେ ସୁଦ୍ଧା ସମୁଦାୟ ୫,୨୬,୬୮୯ ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ମୋଟ ୨୦୬ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୨୯,୫୮,୬୧୭ ଜଣଙ୍କୁ ଟିକା ଦିଆଯାଇଛି ।