ଦେଶରେ ବଢ଼ୁଛି କରୋନା ସଂକ୍ରମଣ, ୨୫୪୧ ନୂଆ ସଂକ୍ରମିତ ଚିହ୍ନଟ

ଦେଶରେ ବଢ଼ୁଛି କରୋନା ସଂକ୍ରମଣ, ୨୫୪୧ ନୂଆ ସଂକ୍ରମିତ ଚିହ୍ନଟ

ଦେଶରେ ବଢ଼ୁଛି କରୋନା ସଂକ୍ରମଣ, ୨୫୪୧ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଉପରମୁହାଁ କୋରୋନା ଗ୍ରାଫ୍ । ଦିନକୁ ଦିନ ବଢି ଚାଲିଛି ସଂକ୍ରମଣ । ବର୍ତ୍ତମାନ ଦେଶରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଅଢେଇ ହଜାର ପାର୍ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨,୫୪୧ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସଂକ୍ରମଣ ବଢିବା ସହ ମୃତ୍ୟୁସଂଖ୍ୟା ମଧ୍ୟ ସାମାନ୍ୟ ବୃଦ୍ଧି ପାଇଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟ ଅନୁଯାୟୀ, ଆଜିର ନୂତନ ସଂକ୍ରମଣକୁ ମିଶାଇ ବର୍ତ୍ତମାନ ଦେଶରେ ମୋଟ ସକ୍ରିୟ ମାମଲା ୧୬,୫୨୨କୁ ବୃଦ୍ଧି ପାଇଛି । ଏଯାବତ୍ ସମୁଦାୟ ୪,୨୫,୨୧,୩୧୪ ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ ୫,୨୨,୨୨୩ ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ ୧,୮୭,୭୧,୯୫,୭୮୧ ଟୀକାକରଣ କରଯାଇଛି । ପଜିଟିଭ ରେଟ ପ୍ରତ୍ୟକ ଦିନ ୦.୮୪% ରହୁଛି ।