ଦେଶରେ ରେକର୍ଡ ଭାଙ୍ଗିଲା ଦୈନିକ ସଂକ୍ରମଣ

ଦେଶରେ ରେକର୍ଡ ଭାଙ୍ଗିଲା ଦୈନିକ ସଂକ୍ରମଣ

ଦେଶରେ ରେକର୍ଡ ଭାଙ୍ଗିଲା ଦୈନିକ ସଂକ୍ରମଣ
ନୂଆଦିଲ୍ଲୀ: ଦେଶରେ କରୋନାର ଦ୍ୱିତୀୟ ଲହରୀ ଦ୍ରୁତ ଗତିରେ ବଢି ବଢି ଚାଲିଛି । ଆଜି ଦେଶରୁ ୧ ଲକ୍ଷ ୧୫ ହଜାର ୭୩୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ଏବେ କରୋନା ସଂଖ୍ୟା ବୃଦ୍ଧି ପାଇବାକୁ ଲାଗିଛି । ନୂଆ ଷ୍ଟ୍ରେନ ଯୋଗୁ ଦେଶର ଜନ ସାଧାରଣ ଭୟଭିତ ହୋଇଯାଇଛନ୍ତି । ପ୍ରତିଦିନ କରୋନା ସଂଖ୍ୟା ଦେଶରେ ବଢିବାରେ ଲାଗିଛି । କରୋନା ଯୋଗୁଁ ମହାରାଷ୍ଟ୍ରରେ ପ୍ରାୟ ଜିଲ୍ଲାରେ ଲକଡାଉନ ଘୋଷଣା କରାଯାଇଛି । କରୋନା ପାଇଁ ସରକାରଙ୍କ ପକ୍ଷରୁ ଅନେକ ସଚେତନତା ପଦକ୍ଷେପ ନିଆଯାଉଛି । ତଥାପି ଦେଶରେ କରୋନା ସଂଖ୍ୟା କମିବାର ନାଁ ଧରୁନି । ଆମ ଦେଶରେ ଅନେକ ସହରରେ ନାଇଟକର୍ଫୁ ଲାଗିଲାଣି । ଆଜି ଆମ ଦେଶରେ ଗୋଟିଏ ଦିନରେ ୧ଲକ୍ଷ ୧୫ ହଜାର ୭୩୬ ନ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ୨୪ ଘଂଟାରେ କରୋନାରେ ୬୩୦ ଜଣ ମୃତୁ୍ୟବରଣ କରିଛନ୍ତି । ସେହିପରି ଦେଶରେ ମୃତୁ୍ୟ ସଂଖ୍ୟା ୧ ଲକ୍ଷ ୬୬ ହଜାର ୧୭୭ କୁ ବୃଦ୍ଧି ପାଇଛି । ବର୍ତମାନ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୨୮ ଲକ୍ଷ ୧ ହଜାର ୭୮୫ ରେ ପହଂଚିଛି । ଦେଶରେ ୮ ଲକ୍ଷ ୪୩ ହଜାର ୪୭୩ ଜଣ କରୋନା ରୋଗୀ ଏବେ ବି ଚିକିତ୍ସାଧୀନ ହେଉଛନ୍ତି । ସେହପିରି ୧ କୋଟି ୧୭ ଲକ୍ଷ ୯୨ ହଜାର ୧୩୫ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଦେଶରେ ଏଯାବତ ୮ କୋଟି ୭୦ ଲକ୍ଷ ୭୭ ହଜାର ୪୭୪ ଜଣ କରୋନା ଟିକା ନେଇ ସାରିଲେଣି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛ ।