ଦେଶରେ ୧୮୮ ନୂଆ କୋଭିଡ୍ ଆକ୍ରାନ୍ତ
ଦେଶରେ ୧୮୮ ନୂଆ କୋଭିଡ୍ ଆକ୍ରାନ୍ତ
ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୮୮ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇ ୩, ୪୦୦ ଉପରେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୮୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୭,୬୪୭ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କାହାରି ମୃତ୍ୟୁ ରେକର୍ଡ କରା ଯାଇ ନ ଥିବାରୁ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ପୂର୍ବପରି ୫,୩୦,୬୯୬ ହିଁ ରହିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୩,୪୮୩। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି। ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩,୪୬୮ ଥିବା ରେକର୍ଡ କରାଯାଇଛି।




admin 