ଦେଶରେ ୨ ଲକ୍ଷ ମୁହାଁ କରୋନା ସଂକ୍ରମଣ

ଦେଶରେ ୨ ଲକ୍ଷ ମୁହାଁ କରୋନା ସଂକ୍ରମଣ

ଦେଶରେ ୨ ଲକ୍ଷ ମୁହାଁ କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ଉପରମୁହାଁ ହେଲାଣି କରୋନା ଗ୍ରାଫ । ହୁ ହୁ ହୋଇ ବୃଦ୍ଧି ପାଉଛି ଦୈନିକ ସଂକ୍ରମଣ । ଏହାସହ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ମଧ୍ୟ ଦ୍ରୁତ ଗତିରେ ତା’ର କାୟା ବିସ୍ତାର କରିବାରେ ଲାଗିଛି । ଆଜି ଦେଶରେ ୧ଲକ୍ଷ ୯୪ହଜାର  ୭୨୦କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୪୪୨ଜଣ କରୋନାରେ ପ୍ରାଣ ହରାଇଛନ୍ତି ବୋଲି  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ଲକ୍ଷ ୮୪ହଜାର ୬୫୫କୁ ବୃଦ୍ଧି ପାଇଛି । ମୃତୁ୍ୟ ହାର ରହିଛି ୧.୩୮ପ୍ରତିଶତ ରହିଛି । 


 ଏବେ ଦେଶରେ କରୋନା ସଂକ୍ରମଣର ସକ୍ରିୟ ମାମଲା ୯ଲକ୍ଷ ପାର୍ କରିଛି । ଆଜି ଦେଶରେ କରୋନା ଜନିତ ସକ୍ରିୟ ମାମଲା ରହିଛି ୯ଲକ୍ଷ ୫୫ହଜାର ୩୧୯ରହିଛି । ଆଜି କରୋନାରୁ ୬୦ହଜାର ୪୦୫ଜଣ ସୁସ୍ଥ ହୋଇଛନ୍ତି ।  ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ଦେଶରେ କରୋନାରୁ ସୁସ୍ଥ ହେଲେଣି ୩କୋଟି ୪୬ଲକ୍ଷ ୩୦ହଜାର ୫୩୬ଜଣ ।  ଦେଶରେ ସୁସ୍ଥତା ହାର ୯୬.୯୮ ପ୍ରତିଶତରେ ପହଞ୍ଚିଛି । ଅନ୍ୟପଟେ କରୋନାର ମୁକାବିଲା ପାଇଁ ଦେଶରେ ଏବେ ବି ଟିକାକରଣ ଜୋରଦାର ଚାଲିଛି ।

ବର୍ତ୍ତମାନ ସୁଦ୍ଧା ଦେଶରେ ୧୫୩ କୋଟିରୁ ଅଧିକ ଜଣଙ୍କୁ ଟିକାଦାନ ସରିଛି ।