ଦେଶରେ ୨୦,୧୩୯ ନୂଆ ସଂକ୍ରମିତ ଚିହ୍ନଟ
ଦେଶରେ ୨୦,୧୩୯ ନୂଆ ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ: ଦେଶରେ ଦ୍ରୁତଗତିରେ ମାଡୁଛି ସଂକ୍ରମଣ । ଆଜି ଦେଶରେ ସଂକ୍ରମଣ ମାମଲା ୨୦ ହଜାର ପାର୍ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ମୋଟ ୨୦,୧୩୯ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ବଢିବା ସହ ମୃତ୍ୟୁସଂଖ୍ୟା ମଧ୍ୟ ସାମାନ୍ୟ ବୃଦ୍ଧି ପାଇଛି । ଦିନକରେ ଦେଶରେ ୩୮ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୧୬,୪୮୨ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ଲକ୍ଷେ ଅତିକ୍ରମ କରିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୩୬,୦୭୬ କୁ ବୃଦ୍ଧି ପାଇଛି । ଦେଶର ଦୈନିକ ପଜିଟିଭ ରେଟ୍ ୫.୧୦%ରେ ପହଞ୍ଚିଛି । ଏଯାବତ୍ ୪,୩୦,୨୮,୩୫୬ ସଂକ୍ରମଣରୁ ସୁସ୍ଥ ହୋଇଛନ୍ତି ଓ ସମୁଦାୟ ୫,୨୫,୫୫୭ ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ ୧୯୯ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୧୩,୪୪,୭୧୪ ଜଣଙ୍କୁ ଟିକା ଦିଆଯାଇଛି ।




admin 