ଦେଶରେ ୨୪ ଘଣ୍ଟାରେ ୧୨୬୦ କରୋନା ସଂକ୍ରମିତ ଚିହ୍ନଟ

ଦେଶରେ ୨୪ ଘଣ୍ଟାରେ ୧୨୬୦ କରୋନା ସଂକ୍ରମିତ ଚିହ୍ନଟ

ଦେଶରେ ୨୪ ଘଣ୍ଟାରେ ୧୨୬୦ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କିଛି ଦିନ ହେଲା ୨ ହଜାର ତଳେ ରହୁଛି ଦୈନିକ ପଜିଟିଭ ମାମଲା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରୁ ମାତ୍ର ୧,୨୬୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ହେଲେ ଆଜି ଅଧିକ ମୃତ୍ୟୁ ରେକର୍ଡ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ଓ ୧,୪୦୪ ଜଣ ସୁସ୍ଥ ହୋଇଛନ୍ତି । କେନ୍ଦ୍ର ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ୧୫ ହଜାର ତଳେ ରହିଛି । ଆଜିର ନୂତନ ସଂକ୍ରମଣକୁ ମିଶାଇ ଏବେ ମୋଟ ୧୩,୪୪୫ ଜଣ ସଂକ୍ରମିତ ରହିଛନ୍ତି । ଏହି କ୍ରମରେ ଦେଶରେ ଦୈନିକ ପଜିଟିଭ ହାର ୦.୨୪% ରହିଛି । ଏଯାବତ୍ ଭାରତରେ ମୋଟ ୪,୨୪,୯୨,୩୨୬ ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ ୫,୨୧,୨୬୪ ଜଣ କୋରୋନାରେ ପ୍ରାଣ ହରାଇଛନ୍ତି । ସେହିପରି ଦେଶବ୍ୟାପୀ ସମୁଦାୟ ୧,୮୪,୫୨,୪୪,୮୫୬ କୋଟି ଡୋଜ୍ ଟୀକାକରଣ କରାଯାଇଛି ।