ଦ୍ରୌପଦୀ ମୁର୍ମୁ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ

ଦ୍ରୌପଦୀ ମୁର୍ମୁ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ

ଦ୍ରୌପଦୀ ମୁର୍ମୁ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ

 



ନୂଆଦିଲ୍ଲୀ: ସବୁ କଳ୍ପନାଜଳ୍ପନା ର ଅନ୍ତଃ ଘଟିଲା। ଆସନ୍ତା ରାଷ୍ଟ୍ରପତି ନିର୍ବାଚନ ପାଇଁ ରାଷ୍ଟ୍ରପତି ପ୍ରାର୍ଥୀ ଙ୍କ ନାମ ଘୋଷଣା କରିଛି ବିଜେପି।  ଆଦିବାସୀ ଓ ମହିଳା କାର୍ଡ ଖେଳିଛି ବିଜେପି। ଦଳ ପକ୍ଷରୁ ଓଡ଼ିଶାର ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଚୟନ କରାଯାଇଛି। ତାଙ୍କର ସିଧାସଳଖ ଲଢ଼େଇ ବିରୋଧୀ ମେଣ୍ଟର ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କ ସହ ଲଢେଇ ହେବ। 


ବିଜେପି ପାଖରେ ପ୍ରାୟତଃ ନିର୍ବାଚନ ଜିତିବାକୁ ସଂଖ୍ୟା ଥିବାରୁ ଶ୍ରୀମତୀ ମୁର୍ମୁ ହିଁ ଦେଶର ପରବର୍ତ୍ତୀ ରାଷ୍ଟ୍ରପତି ହେବା ଏକ ପ୍ରକାରର ନିଶ୍ଚିତ ହୋଇଛି। ଯଦି ମୁର୍ମୁ ଜିତନ୍ତି, ତା’ହେଲେ ପ୍ରଥମ ଓଡ଼ିଆ ଭାବେ ସେ ରାଷ୍ଟ୍ରପତି ହେବେ। ସେହିପରି ଦେଶର ଦ୍ୱିତୀୟ ମହିଳା ରାଷ୍ଟ୍ରପତି ହେବେ। ଶ୍ରୀମତୀ ମୁର୍ମୁ ଝାରଖଣ୍ଡର ପୂର୍ବତନ ରାଜ୍ୟପାଳ।