ନବୀନ ବାଣ୍ଟିଲେ ବିଏସକେୱାଇ ସ୍ମାର୍ଟ କାର୍ଡ

ନବୀନ ବାଣ୍ଟିଲେ ବିଏସକେୱାଇ ସ୍ମାର୍ଟ କାର୍ଡ

ନବୀନ ବାଣ୍ଟିଲେ ବିଏସକେୱାଇ ସ୍ମାର୍ଟ କାର୍ଡ

ରାଉରକେଲା: ରାଉରକେଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚି ଆଜି ସୁନ୍ଦରଗଡ଼ ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରେ ୪ ଲକ୍ଷ ୩୬ ହଜାର ୯୪୮ କାର୍ଡ ବଣ୍ଟନ କରାଯିବ  । ଜିଲ୍ଲାର ୧୫ ଲକ୍ଷ ୯ ହଜାର ୮୨୧ ଜଣ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସୁବିଧା ପାଇବେ  । ଆଜି ସୁନ୍ଦରଗଡ଼ ଜିଲ୍ଲାର ୫୫୦ଟି ସ୍ଥାନରେ ସ୍ମାର୍ଟ କାର୍ଡ ବଣ୍ଟନ କରାଯିବ ବୋଲି ସୁନ୍ଦରଗଡ଼ ଜିଲ୍ଲାପାଳ ସୂଚନା ଦେଇଛନ୍ତି  । ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ୧୨ ଜଣ ମନ୍ତ୍ରୀ ଉପସ୍ଥିତ ରହି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି  । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ପୁରୁଷଙ୍କ ପାଇଁ ୫ ଲକ୍ଷ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ସୁବିଧା କରାଯାଇଛି  । ସ୍ମାର୍ଟ କାର୍ଡ ବଣ୍ଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ପ୍ରତିଟି ଜୀବନ ମୋ ପାଇଁ ମୂଲ୍ୟବାନ ଓ ରାଜ୍ୟରେ ଚିକôିସାରୁ କେହି ବଞ୍ଚିତ ନ ନହୋଇ ଏହି କାର୍ଡ ମାଧ୍ୟମରେ ସମସ୍ତେ ଉପକୃତ ହେବେ । ସୂଚନାଯୋଗ୍ୟ ଯେ ଅଗଷ୍ଟ ୧୫ ତାରିଖରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଉନ୍ନତି ଆଣି ସ୍ମାର୍ଟ ହେଲ୍ଥ କାର୍ଡ ସ୍କିମ ଘୋଷଣା କରିଥିଲେ ଓ ଏହା ସେପ୍ଟେମ୍ବର ୧ରୁ କାର୍ଯ୍ୟକାରୀ ହୋଇଛି ବୋଲି ଜଣାପଡିଛି ।