ନବୀନଙ୍କ ବଡ ଘୋଷଣା : ସାଢେ଼ ୩ କୋଟି ଲୋକଙ୍କୁ ସ୍ମାର୍ଟ ହେଲଥ କାର୍ଡ

ନବୀନଙ୍କ ବଡ ଘୋଷଣା : ସାଢେ଼ ୩ କୋଟି ଲୋକଙ୍କୁ ସ୍ମାର୍ଟ ହେଲଥ କାର୍ଡ

ନବୀନଙ୍କ ବଡ ଘୋଷଣା : ସାଢେ଼ ୩ କୋଟି ଲୋକଙ୍କୁ ସ୍ମାର୍ଟ ହେଲଥ କାର୍ଡ
ଭୁବନେଶ୍ବର ପଦର୍ଶନୀ ପଡିଆରେ ରାଜ୍ୟସ୍ତରୀୟ ୭୫ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ ।
 
ଏହି ଅବସରରେ ମୁଖ୍ୟମନ୍ତ୍ରୀ  ଜାତିର ପିତା ମହାତ୍ମା ଗାନ୍ଧୀ ଓ ଅନ୍ୟ ବରପୁତ୍ର ମାନଙ୍କ ଉଦ୍ଦେଶ୍ୟରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଦେଶର ଅଖଣ୍ଡତା ଓ ଶାନ୍ତି ରକ୍ଷା ପାଇଁ ଶହୀଦ ହୋଇଥିବା ଅମର ଜବାନ ଏବଂ କରୋନା ଲଢେଇରେ ଶହୀଦ ହୋଇଥିବା କୋଭିଡ ଯୋଦ୍ଧା ମାନଙ୍କ ପ୍ରତି ମଧ୍ୟ ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
 
ରାଜ୍ୟରେ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ  ବୈପ୍ଲବିକ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ନେଇ ଏକ ଐତିହାସିକ ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ‘ସାରା ଓଡିଶା ମୋ ପରିବାର। ମୋ ପାଇଁ ପ୍ରତି ଜୀବନ ମୂଲ୍ୟବାନ। ଯେତେବେଳେ ଲୋକମାନେ ଚିକିତ୍ସା ପାଇଁ ଜମି ବିକିବା, ସୁନା ବିକିବା ଓ ପିଲାଙ୍କ ପାଠ ବନ୍ଦ କରିବା ଖବର ମିଳେ, ସେତେବେଳେ ମୋତେ ବହୁତ କଷ୍ଟ ଲାଗେ । ଲୋକଙ୍କର ଏହି ଦୁଃଖ ଦୂର କରିବା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ନୂଆ ରୂପରେ ଲାଗୁ କରାଯିବ ବୋଲି ମୁଁ ଘୋଷଣା କରୁଛି ।’
• ଏଥିପାଇଁ ରାଜ୍ୟର ୯୬ ଲକ୍ଷ ପରିବାର, ସାଢେ ତିନି କୋଟି ଲୋକଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ ମିଳିବ.
 
• ସାରା ଓଡିଶାରେ ପର୍ଯ୍ୟାୟକ୍ରମେ ଏହି କାର୍ଡ ଦିଆଯିବ ।
 
• ଏଭଳି ସ୍ମାର୍ଟ ହେଲ୍‌ଥ କାର୍ଡ ଦେବାରେ ଓଡିଶା ଦେଶର ପ୍ରଥମ ରାଜ୍ୟ।
 
 
• ଜାତୀୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ଅନ୍ନପୂର୍ଣ୍ଣା ଓ ଅନ୍ତଦ୍ୟୋୟ ହିତାଧିକାରୀ, ସମସ୍ତଙ୍କୁ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ମିଳିବ ।
 
• ଏଥିରେ ପରିବାର ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପ୍ରତି ବର୍ଷ ମିଳିବ।
 
• ଓଡିଶା ସମେତ ସାରା ଦେଶର ୨୦୦ରୁ ଅଧିକ ବଡ ବଡ ହସ୍‌ପିଟାଲ ଚେନ୍‌ ମାନଙ୍କରେ  ମାଗଣାରେ ଚିକିତ୍ସା ସୁବିଧା ମିଳିବ ।