ନିତ୍ୟାନନ୍ଦ ମିଶ୍ରଙ୍କ ପରଲୋକ, ଚେଲ୍ଲାକୁମାରଙ୍କ ଶୋକପ୍ରକାଶ

ନିତ୍ୟାନନ୍ଦ ମିଶ୍ରଙ୍କ ପରଲୋକ, ଚେଲ୍ଲାକୁମାରଙ୍କ ଶୋକପ୍ରକାଶ

ନିତ୍ୟାନନ୍ଦ ମିଶ୍ରଙ୍କ ପରଲୋକ, ଚେଲ୍ଲାକୁମାରଙ୍କ ଶୋକପ୍ରକାଶ
ଭୁବନେଶ୍ବର : ପୂର୍ବତନ ସାଂସଦ ନିତ୍ୟାନନ୍ଦ ମିଶ୍ରଙ୍କର ପରଲୋକ ହୋଇଯାଇଛି ।  ୧୯୨୮ ମସିହାରେ ଜନ୍ମଗ୍ରହଣ କରିଥିବା ସ୍ବର୍ଗତ ମିଶ୍ର କଂଗ୍ରେସର ଜଣେ ଟାଣୁଆ ନେତା ଭାବେ ଜଣାଶୁଣା । ୧୯୮୦ରୁ ୧୯୮୯ ପର୍ଯ୍ୟନ୍ତ ସେ ବଲାଙ୍ଗୀରରୁ ଲୋକସଭାର ସାଂସଦ ଥିଲେ । 1983ରେ ସେ ପିସିସି ସଭାପତି ଭାବେ ବି ଦାୟିତ୍ବ ତୁଲାଇଥିଲେ । ସେ ୧୯୫୪ରୁ ରାଜନୈତିକ କ୍ୟାରିୟର ଆରମ୍ଭ କରିଥିଲେ ।  ସ୍ବର୍ଗତ ମିଶ୍ର ଜିଲ୍ଲା କଂଗ୍ରେସର ସାଧାରଣ ସମ୍ପାଦକ ଭାବେ ଦକ୍ଷତା ପ୍ରଦର୍ଶନ କରିବା ପରେ ୧୯୫୬ରେ ଯୁବ କଂଗ୍ରେସ ସାଧାରଣ ସମ୍ପାଦକ ରହିଥିଲେ ।‌୧୯୬୧ରୁ ୧୯୬୭ ପର୍ଯ୍ୟନ୍ତ ସେ ପିସିସି ସାଧାରଣ ସମ୍ପାଦକ ଥିଲେ । ସ୍ବର୍ଗତ ମିଶ୍ରଙ୍କ ବିୟୋଗରେ ଓଡିଶା କଂଗ୍ରେସ ପ୍ରଭାରୀ ଡକ୍ଟର ଏ. ଚେଲ୍ଲାକୁମାର ଗଭୀର ଶୋକବ୍ୟକ୍ତ କରିଛନ୍ତି । ସ୍ବର୍ଗତ ମିଶ୍ରଙ୍କ ପୁଅ ବିଭୂଦତ୍ତ ମିଶ୍ରଙ୍କ ସହ କଥା ହୋଇ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି । ସେହିପରି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, କଟକ ଜିଲ୍ଲା କଂଗ୍ରେସ ସଭାପତି ମାନସ ଚୌଧୁରୀ ଶୋକ ପ୍ରକାଶ କରିଛନ୍ତି । ସ୍ବର୍ଗତ ମିଶ୍ର ଜଣେ ଟାଣୁଆ କଂଗ୍ରେସ ନେତା ଥିଲେ । କଂଗ୍ରେସକୁ ଆଗକୁ ନେବାରେ ତାଙ୍କର ଯଥେଷ୍ଟ ଅବଦାନ ରହିଛି !