ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି, ୩ ଗେଜେଟ୍‌ ବିଜ୍ଞପ୍ତି ଜାରି

ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି, ୩ ଗେଜେଟ୍‌ ବିଜ୍ଞପ୍ତି ଜାରି

ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି, ୩ ଗେଜେଟ୍‌ ବିଜ୍ଞପ୍ତି ଜାରି

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପୂର୍ବରୁ ଆଉ ପାଦେ ଆଗକୁ ଗଲେ ରାଜ୍ୟ ସରକାର । ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଏକକାଳୀନ ୩ଟି ଗେଜେଟ୍ ବିଜ୍ଞପ୍ତି ଜାରି ହୋଇଛି । ଯେଉଁଥିରେ ଓଡ଼ିଶା ଜିଲ୍ଲା ପରିଷଦ ଆକ୍ଟ ପ୍ରାବଧାନ ଅନୁସାରେ ସମସ୍ତ ଜିଲ୍ଲା ପରିଷଦରେ ସଭ୍ୟ ନିର୍ବାଚନ କରିବାକୁ ସମ୍ମତି ଦେଇଛନ୍ତି । ସେହିପରି ପଞ୍ଚାୟତ ସମିତି ଆକ୍ଟ ଓ ଓଡ଼ିଶା ପଞ୍ଚାୟତ ସମିତି ନିର୍ବାଚନ ରୁଲସ ପ୍ରାବଧାନ ଅନୁସାରେ ସମସ୍ତ ପଞ୍ଚାୟତ ସମିତିରେ ସଭ୍ୟ ନିର୍ବାଚନ କରିବାକୁ ଘୋଷଣା କରିଛନ୍ତି ।

ଓଡ଼ିଶା ଗ୍ରାମ ପଞ୍ଚାୟତ ଆକ୍ଟ-୧୯୬୪ର ଧାରା ଅନୁସାରେ ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକର ଢ଼ିଙ୍କିଆ ଗ୍ରାମ ପଞ୍ଚାୟତକୁ ଛାଡ଼ି ରାଜ୍ୟର ଅନ୍ୟ ସମସ୍ତ ପଞ୍ଚାୟତରେ ୱାର୍ଡ ସଭ୍ୟ ଓ ପଞ୍ଚାୟତ ନିର୍ବାଚନ କରିବାକୁ ଘୋଷଣା କରିଛନ୍ତି । ଏପଟେ ରାଜ୍ୟର ସଂକ୍ରମଣ ସ୍ଥିତି, ମୁକାବିଲା ପାଇଁ ପଦକ୍ଷେପ ଏବଂ ଟିକାକରଣ ସ୍ଥିତି ବାବଦରେ ରାଜ୍ୟ ନିର୍ବାଚନ ଆୟୋଗ ସରକାରଙ୍କଠାରୁ ନେଇଛନ୍ତି ଅପଡେଟ । ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା ସରିଥିବାବେଳେ ସୋମବାର ସର୍ବଦଳୀୟ ବୈଠକ ଏବଂ ୧୨ ତାରିଖରେ ଅଫିସରସ୍ତରୀୟ ବୈଠକରେ ବିସ୍ତୃତ ଆଲୋଚନା କରିବେ ଆୟୋଗ ।