ପଦ୍ମପୁର ଉପନିର୍ବାଚନ : ବିଜୟ ରଞ୍ଜନ ସିଂ ବରିହାଙ୍କ ବଡ଼ ଝିଅ ବର୍ଷା ସିଂ ବରିହା ହେଲେ ବିଜେଡି ପ୍ରାର୍ଥୀ

ପଦ୍ମପୁର ଉପନିର୍ବାଚନ : ବିଜୟ ରଞ୍ଜନ ସିଂ ବରିହାଙ୍କ ବଡ଼ ଝିଅ ବର୍ଷା ସିଂ ବରିହା ହେଲେ ବିଜେଡି ପ୍ରାର୍ଥୀ

ପଦ୍ମପୁର ଉପନିର୍ବାଚନ : ବିଜୟ ରଞ୍ଜନ ସିଂ ବରିହାଙ୍କ ବଡ଼ ଝିଅ ବର୍ଷା ସିଂ ବରିହା ହେଲେ ବିଜେଡି ପ୍ରାର୍ଥୀ

ଭୁବନେଶ୍ୱର: ପଦ୍ମପୁର ଉପନିର୍ବାଚନ ପାଇଁ ବିଜେଡ଼ି ତାର ପାର୍ଥୀ ଘୋଷଣା କରିଛି । ଦିବଙ୍ଗତ ବିଜେଡି ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ବଡ଼ ଝିଅ ବର୍ଷା ସିଂ ବରିହାଙ୍କୁ ବିଜେଡି ଆଜି ତାର ପ୍ରାର୍ଥୀ ଭାବେ ଘୋଷଣା କରିଛି।  ବର୍ଷା  ହେଉଛନ୍ତି ବିଜେପି ନେତା ତଥା ପୂର୍ବତନ ବିଧାୟକ ରମା ରଞ୍ଜନ ବଳିୟାରସିଂଙ୍କ ପୁତ୍ରବଧୂ ।

ପଦ୍ମପୁର ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନ ୧୭ ତାରିଖ ଥିବା ବେଳେ ବିଜେଡି ଆଜି ବର୍ଷାଙ୍କୁ ପ୍ରାର୍ଥୀ କରିଛି ଓ ସେ ୧୬ ତାରିଖରେ ନାମାଙ୍କନପତ୍ର ଦାଖଲ କରିବେ ବୋଲି ଜଣାଯାଇଛ। ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରିହାଙ୍କ ଝିଅ ବର୍ଷାଙ୍କୁ ପ୍ରାର୍ଥୀ କରିଥିଲେ ମଧ୍ୟ ପଦ୍ମପୁରରେ ବିଜେଡିକୁ ବିଭିନ୍ନ କାରଣ ପାଇଁ ଏସିଡ ଟେଷ୍ଟର ସମ୍ମୁଖୀନ ହେବାକୁ ପଡ଼ିବ । ବିଜେପିର ବରିଷ୍ଠ ନେତା ପ୍ରଦୀପ ପୁରୋହିତ ଆଜି ଏହି ଉପନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ କଂଗ୍ରେସର ବରିଷ୍ଠ ନେତା ସତ୍ୟଭୂଷଣ ସାହୁ ମଦ୍ୟ ମଇଦାନରେ ଅଛନ୍ତି।  ତେବେ ବିଜେଡି କେଉଁ ଆଧାରରେ ବର୍ଷାଙ୍କୁ ପାର୍ଥୀ କଲା ତାକୁ ନେଇ ଏବେ ଦଳ ଭିତରେ ଆଲୋଡ଼ନ ସୃଷ୍ଟି ହୋଇଛି।