ପରୀ ହତ୍ୟା ମାମଲା : ଏସ୍‌ଆଇଟି ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ପରୀ ହତ୍ୟା ମାମଲା : ଏସ୍‌ଆଇଟି ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ପରୀ ହତ୍ୟା ମାମଲା : ଏସ୍‌ଆଇଟି ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ନୟାଗଡ ପରୀ ହତ୍ୟା ମାମଲାରେ ଏସ୍‌ଆଇଟି ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବିଧାନସଭାରେ ଏହା ଘୋଷଣା କରାଯାଇଛି । ଆଜି ବି ପରୀ ହତ୍ୟାକାଣ୍ଡକୁ ନେଇ ବିଧାନସଭା ହୁଲସ୍ତୁଲ୍‌ ହୋଇଛି । ମୁଖ୍ୟମନ୍ତ୍ରୀ ଏହି ଘୋଷଣା ବେଳେ ବି ବିରୋଧୀଙ୍କ ହୋହଲ୍ଲା ଜାରି ରହିଥିଲା । ପରୀ ମାମଲାକୁ ନେଇ ବିଧାନସଭା ହୁଲସ୍ତୁଲ ହେଉଥିବାବେଳେ ବିରୋଧୀ ମନ୍ତ୍ରୀ ଶ୍ରୀ ସାହୁଙ୍କ ଇସ୍ତଫା ଦାବିରେ ଅଡ଼ିବସିଛନ୍ତି । ବିଧାନସଭା ଭିତରେ ଓ ବାହାରେ ବି ମନ୍ତ୍ରୀ ଶ୍ରୀ ସାହୁଙ୍କ ଇସ୍ତଫା ଦାବି ଜୋର ଧରିଛି । ଏହି ପରିପ୍ରେକ୍ଷୀରେ ପରୀକୁ ନ୍ୟାୟ ଦାବିରେ ବିଜେପି ଓ ଯୁବକ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇଛି । ପରୀକୁ ନ୍ୟାୟ ଓ ମନ୍ତ୍ରୀ ଶ୍ରୀ ସାହୁଙ୍କ ଇସ୍ତଫା ଦାବିରେ ବିକ୍ଷୋଭ କରାଯାଇଛି ।