ପୁଣି ଅସୁସ୍ଥ ପଦ୍ମଶ୍ରୀ କମଳା ପୂଜାରୀ
ପୁଣି ଅସୁସ୍ଥ ପଦ୍ମଶ୍ରୀ କମଳା ପୂଜାରୀ
ଜୟପୁର: ପୁଣି ଅସୁସ୍ଥ ପଦ୍ମଶ୍ରୀ କମଳା ପୂଜାରୀ। ଗତ ମାସକ ତଳେ କୋରାପୁଟ ଜିଲ୍ଲା ଜୟପୁର ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ସେ ସୁସ୍ଥ ହୋଇ ଘରକୁ ଫେରିଥିଲେ। ପୁଣି ଥରେ ଅସୁସ୍ଥ ହେବାରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତାଙ୍କୁ ଏବେ ଜ୍ୱର ସହ ଝାଡାବାନ୍ତି ହେଉଛି।
ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସ୍ୱତନ୍ତ୍ର କେବିନରେ ତାଙ୍କୁ ଚିକିତ୍ସା କରୁଛନ୍ତି ସ୍ୱତନ୍ତ୍ର ଡାକ୍ତରୀ ଦଳ। ଏହାପରେ ବି ଯଦି କମଳାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୁଏ, ତେବେ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯିବ ବୋଲି କୋରାପୁଟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଦେହ ଖରାପ ଥିବାରୁ ସେ କିଛିଦିନ ହେବ ଖାଇ ନାହାନ୍ତି। ତେବେ କଥାବାର୍ତ୍ତା କରୁଛନ୍ତି।




admin 