ପୁଣି ବଢିବ ତାତି

ପୁଣି ବଢିବ ତାତି

ପୁଣି ବଢିବ ତାତି
ଭୁବନେଶ୍ୱର: ସାରା ରାଜ୍ୟରେ ପୁଣି ବଢିବ ତାତି। ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହେବ। ୱେଷ୍ଟବେଙ୍ଗଲରୁ ଛତିଶଗଡ଼ ପର୍ଯ୍ୟନ୍ତ ଏକ ଟ୍ରାପ ଲାଇନ୍‌ ରହିଛି। ଏହା ସହ ଗୋଟିଏ ଦୁଇଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁମାନ କରିଛି । ତେବେ ମାର୍ଚ୍ଚ ୧୩ ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହେବା ସହ ଦକ୍ଷିଣ-ପଶ୍ଚିମ ଓଡ଼ିଶାରେ ଅଳ୍ପ ବର୍ଷା ସହ ଝଡ଼ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଜଣାପଡ଼ିଛି ।