ପୁରୀ ଯାଉଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା
ପୁରୀ ଯାଉଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା
ପୁରୀ: ଆସନ୍ତାକାଲି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ୨ ବର୍ଷ ପରେ ଏଥର ବଡ଼ ଦାଣ୍ଡରେ ପ୍ରଭୁଙ୍କ ଦର୍ଶନ କରିବେ ଶ୍ରଦ୍ଧାଳୁ। ଏଥିନିମନ୍ତେ ଦେଶ ତଥା ବିଦେଶରୁ ପୁରୀକୁ ଛୁଟିଲାଣି ଭକ୍ତଙ୍କ ସୁଅ। ଏହି ସମୟରେ ପୁରୀକୁ ଆସୁଥିବା ଶତାଧିକ ଗାଡ଼ିକୁ ପାର୍କି ନିମନ୍ତେ ଟ୍ରାଫିକ୍ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ ଭାବେ ପରିଚାଳନା କରିବାକୁ ପ୍ରସ୍ତୁତ ହୋଇଛି ବ୍ଲୁ ପ୍ରିଣ୍ଟ ।
ଭୁବନେଶ୍ୱର, ବ୍ରହ୍ମପୁର ଆଡୁ ଯାଉଥିବା ବାଇକ୍ଗୁଡ଼ିକ ମଶାଣିଚଣ୍ଡୀ ଛକ ସ୍ଥିତ ଜଗନ୍ନାଥ ବଲ୍ଲଭରେ ପାର୍କିଂ କରାଯିବ । କୋଣାର୍କ ପଟୁ ଆସୁଥିବା ବାଇକ୍ ଗୁଡିକ ବ୍ଲୁ ଫ୍ଲାଗ୍ ବିଚ୍ ନିକଟରେ ପାର୍କିଂ ହେବ । ଭୁବନେଶ୍ୱରରୁ ଯାଉଥିବା କାର୍ଗୁଡିକ ଛପନଛକ ନିକଟ ପାର୍କିଂ ସ୍ଥଳରେ ରହିବେ ।
ଭୁବନେଶ୍ୱରରୁ ଆସୁଥିବା ତିନି ଚକିଆ, ଚାରି ଚକିଆ ଗାଡିଗୁଡିକ ମାଳତୀପାଟପୁର, ତୋଷାଳୀ ଛକ, ଗ୍ରୀଡ୍ ଷ୍ଟେସନ, ଭୁଦାନ ଦେଇ ତାଳବଣିଆରେ ପାର୍କିଂ କରାଯିବ । ଫେରିବା ବେଳେ ଏହି ଗାଡି ଗୁଡିକ ସେଣ୍ଟ୍ରାଲ ସ୍କୁଲ, ଗ୍ରୀଡ ଷ୍ଟେସନ, ବାଲିଘାଟ, ଗୋପାଳପୁର କ୍ରସିଂ ଦେଇ ମାଳତୀପାଟପୁରରେ ପହଞ୍ଚିବ । ବସ୍ ଗୁଡିକ ମାଳତୀପୁର ନୂଆ ବସ୍ଷ୍ଟାଣ୍ଡରେ ପାର୍କିଂ ହେବ ।




admin 