ପୂର୍ବ ଭାରତର ପ୍ରଥମ ବିଶ୍ୱବିଦ୍ୟାଳୟ ଭାବେ କୁ୍ୟଏସ୍ ଆଇ-ଗଜ୍ ଡାଇମଣ୍ଡ ରେଟିଂରେ ସ୍ଥାନ ପାଇଲା ସୋଆ

ପୂର୍ବ ଭାରତର ପ୍ରଥମ ବିଶ୍ୱବିଦ୍ୟାଳୟ ଭାବେ କୁ୍ୟଏସ୍ ଆଇ-ଗଜ୍ ଡାଇମଣ୍ଡ ରେଟିଂରେ ସ୍ଥାନ ପାଇଲା ସୋଆ

ଭୁବନେଶ୍ୱର : ଆଉ ଏକ ସଫଳତା ସାଉଁଟିଛି ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସଟି) । କୁ୍ୟଏସ୍ ଆଇ-ଗଜ୍ ପକ୍ଷରୁ ଡାଇମଣ୍ଡ ୟୁନିଭର୍ସିଟି ରେଟିଂ ହାସଲ କରିଛି ସୋଆ । ଏହି ସଫଳତା ହାସଲ କରିବା ପରେ କୁ୍ୟଏସ୍ ଆଇ-ଗଜ୍ ପକ୍ଷରୁ କୁହାଯାଇଛି ଯେ ଡାଇମଣ୍ଡ ରେଟିଂ ହାସଲ କରିବା ନେଇ ସୋଆ ଅଭୁୁତପୂର୍ବ ପାରଦର୍ଶିତା ପ୍ରଦର୍ଶନ କରିଛି । ପୂର୍ବ ଭାରତର ଏକମାତ୍ର ବିଶ୍ୱବିଦ୍ୟାଳୟ ଭାବେ ଏହି ସଫଳତା ହାସଲ କରିଛି ସୋଆ । ଏହି ରେଟିଂର ପ୍ରାଥମିକ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ଶିକ୍ଷା ପ୍ରଦାନ ଏବଂ ଶିକ୍ଷା ଗ୍ରହଣ, ଗବେଷଣା, ସାମାଜିକ ଦାୟିତ୍ୱ, ଫ୍ୟାକଲ୍ଟିମାନଙ୍କ ଗୁଣବତା, ଛାତ୍ରଛାତ୍ରୀମାନଙ୍କର ନିଯୁକ୍ତି ନିମନ୍ତେ ଯୋଗ୍ୟତା ଓ ଉପଲବ୍ଧ ସୁବିଧା ସୁଯୋଗ ଇତ୍ୟାଦିର ମୂଲ୍ୟାୟନ କରାଯାଇଥିବା ବେଳେ ବିଶ୍ୱବିଦ୍ୟାଳୟର ପ୍ରଦର୍ଶନ ରହିଥିଲା । ଏହି ସମସ୍ତ ମାପଦଣ୍ଡକୁ ନେଇ ସୋଆ ଡାଇମଣ୍ଡ ରେଟିଂ ହାସଲ କରିଛି ବୋଲି କୁ୍ୟଏସ୍ ଆଇ-ଗଜ୍ ପକ୍ଷରୁ କୁହାଯାଇଛି । ଉନ୍ନତମାନର ଗୁଣବତା ଏବଂ ଉଚ୍ଚ ପାରଦର୍ଶିତାକୁ ନେଇ ସୋଆ କୁ୍ୟଏସ୍ ଆଇ-ଗଜ୍ ରେଟିଂରେ ପୂର୍ବ ଭାରତର ପ୍ରଥମ ବିଶ୍ୱବିଦ୍ୟାଳୟ ଭାବେ ଡାଇମଣ୍ଡ ରେଟିଂ ହାସଲ କରିଥିବାରୁ ଏହି ସଫଳତା ପାଇଁ ମୁଁ ଅତ୍ୟନ୍ତ ଆନନ୍ଦିତ ଏବଂ ସୋଆକୁ ଶୁଭେଚ୍ଛା ଜଣାଉଛି ବୋଲି କହିଛନ୍ତି କୁ୍ୟଏସ୍ ଆଇ-ଗଜ୍ର କ୍ଲାଏଂଟ ରିଲେସନ୍ସ ନିଦେ୍ର୍ଧଶକ ଶୁଭାୟୁ ନାଏକ । ନିକଟରେ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ୨୦୨୦ ନ୍ୟାସ୍ନାଲ୍ ଇନ୍ଷ୍ଟିଚୁ୍ୟସ୍ନାଲ୍ ର୍ୟାଙ୍କିଙ୍ଗ୍ ଫ୍ରେମୱାର୍କରେ ଦେଶର ଶ୍ରେଷ୍ଠ ୨୦ତମ ବିଶ୍ୱବିଦ୍ୟାଳୟ ଭାବେ ସୋଆ ସ୍ଥାନୀତ ହୋଇଥିଲା ସେଆ ।