ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ, ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ, ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ରାଜ୍ୟରେ ଆହୁରି ୩ ଦିନ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇପାରେ । ଆସନ୍ତାକାଲିଠାରୁ ଉତ୍ତର-ପଶ୍ଚିମ ତଥା ପଶ୍ଚିମ ଦିଗରୁ ରାଜ୍ୟକୁ ଉତ୍ତପ୍ତ ଶୁଷ୍କବାୟୁ ପ୍ରବାହିତ ହେବାର ସମ୍ଭାବନା ରହିଛି । ଫଳରେ ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏଁ ବୃଦ୍ଧି ପାଇପାରେ । ତେଣୁ ଆସନ୍ତା ୧ ତାରିଖ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆସନ୍ତାକାଲି ବୌଦ୍ଧ, ବଲାଙ୍ଗୀର, ସୋନପୁର ଓ ୩୧ ତାରିଖରେ ବୌଦ୍ଧ, ବଲାଙ୍ଗୀର, ସୋନପୁର, କଳାହାଣ୍ଡି, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧ ତାରିଖରେ ବୌଦ୍ଧ, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, ଅନୁଗୁଳ ଓ ସମ୍ବଲପୁର ଆଦି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ନ ବାହାରିବା ଲାଗି କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି । ଗତକାଲି ଆଭ୍ୟନ୍ତରିଣ ଓଡ଼ିଶାର ୭ ସହରରେ ଦିନ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ଅଧିକ ରେକର୍ଡ ହୋଇଛି । ୪୧ ଡିଗ୍ରୀ ସହ ବଲାଙ୍ଗୀର ସବୁଠୁ ଉତ୍ତପ୍ତ ସହର ହୋଇଥିଲା ।