ପ୍ରମୋଦଙ୍କୁ ପଦ୍ମଶ୍ରୀ, ପ୍ରତିଭାଙ୍କୁ ପଦ୍ମ ବିଭୂଷଣ ସମ୍ମାନ ପ୍ରଦାନ
ପ୍ରମୋଦଙ୍କୁ ପଦ୍ମଶ୍ରୀ, ପ୍ରତିଭାଙ୍କୁ ପଦ୍ମ ବିଭୂଷଣ ସମ୍ମାନ ପ୍ରଦାନ
ନୂଆଦିଲ୍ଲୀ: ସାହିତ୍ୟ ଓ ଶିକ୍ଷା କ୍ଷେତ୍ର ପାଇଁ ଡ଼ଃ ପ୍ରତିଭା ରାୟଙ୍କୁ ପଦ୍ମଭୂଷଣ ଏବଂ କ୍ରୀଡ଼ା କ୍ଷେତ୍ର ପାଇଁ ପ୍ରମୋଦ ଭଗତଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯାଇଛି । ରାଷ୍ଟ୍ରପତି ଭବନ ଦରବାର ହଲରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ପାରା ବ୍ୟାଡ଼ମିଣ୍ଟନରେ ତିନି ଥର ବିଶ୍ୱ ବିଜେତା ତଥା ଅଲମ୍ପିକ ସ୍ୱର୍ଣ୍ଣ ପଦକ ବିଜେତା ପଦ୍ମଶ୍ରୀ ପ୍ରମୋଦ ଭଗତଙ୍କୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି। ବିଶିଷ୍ଟ ସାହିତ୍ୟିକା ପ୍ରତିଭା ରାୟଙ୍କୁ ପଦ୍ମ ବିଭୂଷଣରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ୨୦୨୨ ମସିହା ପାଇଁ ଆଜି ଅନୁଷ୍ଟିତ ଦ୍ୱିତୀୟ ପର୍ଯ୍ୟାୟ ପଦ୍ମ ପୁରସ୍କାର ବିତରଣ ସମାରୋହରେ ରାଷ୍ଟ୍ରପତି ମୋଟ ୭୪ଜଣଙ୍କୁ ପୁରସ୍କୃତ କରିଥିଲେ । କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ରାଷ୍ଟ୍ରପତିଙ୍କ ପତ୍ନୀ ସବିତା କୋବିନ୍ଦ, ଉପରାଷ୍ଟ୍ରପତି ଏମ ଭେଙ୍କୟା ନାଇଡ଼ୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ସ୍ୱରାଷ୍ଟ୍ର ବ୍ୟାପାର ମନ୍ତ୍ରୀ ଅମିତ ଶାହା, ବିଜେପି ଜାତୀୟ ସଭାପତି ଜେପ ନଡ୍ଡା, ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଏନଭି ରମଣା ଓ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡ଼ଃ ପିକେ ମିଶ୍ରଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ ।




admin 