ଫୁଲବାଣୀରେ ପ୍ରବଳ ଶୀତ

ଫୁଲବାଣୀରେ ପ୍ରବଳ ଶୀତ

ଫୁଲବାଣୀରେ ପ୍ରବଳ ଶୀତ

ଫୁଲବାଣୀ: ଫୁଲବାଣୀରେ ୧୦ ଡିଗ୍ରୀ ସେଲସିୟସ ତଳକୁ ଖସିଲା ପାରଦ।  ଗତ ଦୁଇ ତିନି ଦିନ ହେବ କନ୍ଧମାଳରେ ପ୍ରବଳ ଶୀତ ଅନୁଭବ  ହେଉଛି। ଫୁଲବାଣୀ ସମେତ ସମଗ୍ର କନ୍ଧମାଳ ଜିଲ୍ଲା ଶୀତରେ ଥରୁଛି । ପାରଦ ଦିନକୁ ଦିନ ଖସିବାରେ ଲାଗିଛି  ଫଳରେ ଥଣ୍ଡାର ପ୍ରକୋପ ମଧ୍ୟ ବଢିବାରେ ଲାଗିଛି। ତା ସାଙ୍ଗକୁ ସକାଳ ୯ଟା ଯାଏ ଘନ କୁହୁଡ଼ି ମଧ୍ୟ ଲାଗି ରହୁଛି। ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ତାପମାତ୍ରା ମଧ୍ୟ ୧୦  ଡିଗ୍ରୀ ତଳେ।


ଘନ କୁହୁଡିର ଚାଦର ତଳେ ସାରା କନ୍ଧମାଳ । କୁହୁଡି ଯୋଗୁ ମୁହଁକୁ ମୁହଁ ଦେଖାଯାଉନି । ଫଳରେ ସକାଳ ୯ଟା ପୂର୍ବରୁ ଘରୁ ପଦାକୁ ବାହାରି ପାରୁନାହାନ୍ତି ଲୋକେ। ସେପଟେ ସଞ୍ଜ ନଇଁବା କ୍ଷଣି ଏବେ ପୁଣି ଦୁଇ ଦିନ ହେଲା ଥଣ୍ଡା ମାଡି ଆସୁଛି। ଫଳରେ ରାସ୍ତାଘାଟ ମଧ୍ୟ ଜନଶୁନ୍ୟ ହୋଇ ପଡୁଛି ତା ସାଙ୍ଗକୁ  ଦୋକାନ ବଜାର ବି ଖାଁ ଖାଁ ଲାଗୁଛି ।