ବର୍ଷାଙ୍କୁ ଦିଲ୍ଲୀ କୋର୍ଟଙ୍କ ନୋଟିସ

ବର୍ଷାଙ୍କୁ ଦିଲ୍ଲୀ କୋର୍ଟଙ୍କ ନୋଟିସ

ବର୍ଷାଙ୍କୁ ଦିଲ୍ଲୀ କୋର୍ଟଙ୍କ ନୋଟିସ
ଭୁବନେଶ୍ୱର: ସାଂସଦ ଅନୁଭବ ଓ ପତ୍ନୀ ବର୍ଷାଙ୍କ ପାରିବାରିକ ବିବାଦ ମାମଲାରେ ଏକ ବଡ଼ ଖବର ଆସିଛି । ଦିଲ୍ଲୀ ପଟିଆଲା ହାଉସ କୋର୍ଟଙ୍କ ପକ୍ଷରୁ ବର୍ଷା ପ୍ରିୟଦର୍ଶିନୀଙ୍କୁ ନୋଟିସ ଜାରି କରାଯାଇଛି । ଡିସେମ୍ବର ୧୦ରେ ହାଜର ହେବାକୁ କୋର୍ଟ ଏହି ନୋଟିସ କରିଛନ୍ତି । ଅନୁଭବ ମହାନ୍ତିଙ୍କ ପକ୍ଷରୁ ଦାୟର ମାମଲାକୁ ଗ୍ରହଣ କରି କୋର୍ଟ ବର୍ଷା ପ୍ରିୟଦର୍ଶିନୀଙ୍କୁ ନୋଟିସ ଜାରି କରିଛନ୍ତି । ବର୍ଷାଙ୍କୁ ନୋଟିସ ହୋଇଥିବା ନେଇ ଅନୁଭବଙ୍କ ଓକିଲ ସୂଚନା ଦେଇଛନ୍ତି । ଏଥିସହ ଡିସେମ୍ବର ୧୦ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରାଯାଇଛି । ପ୍ରକାଶ ଯେ, ବର୍ଷାଙ୍କ ଠାରୁ ବିବାହ ବିଚ୍ଛେଦ ପାଇଁ ସାଂସଦ ଅନୁଭବ ମହାନ୍ତି ଦିଲ୍ଲୀ ପଟିଆଲା ହାଉସ କୋର୍ଟରେ ଆବେଦନ କରିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଉଭୟ ଅନୁଭବ ଏବଂ ବର୍ଷା ପ୍ରିୟଦର୍ଶିନୀଙ୍କ ପକ୍ଷରୁ ବିବାହ ବିଚ୍ଛେଦ ପାଇଁ ପୃଥକ ଆବେଦନ କରାଯାଇଛି । ଅନୁଭବ ଦିଲ୍ଲୀ ସ୍ଥିତ ପଟିଆଲା ହାଉସ କୋର୍ଟରେ ଏହି ଆବେଦନ କରିଥିବା ବେଳେ ବର୍ଷା କଟକରେ ଆବେଦନ କରିଛନ୍ତି ।