ବଳକା ଉଷୁନା ଚାଉଳ କେନ୍ଦ୍ର ସରକାର ନେଉନି : ବିଜେଡି

ବଳକା ଉଷୁନା ଚାଉଳ କେନ୍ଦ୍ର ସରକାର ନେଉନି : ବିଜେଡି

ବଳକା ଉଷୁନା ଚାଉଳ କେନ୍ଦ୍ର ସରକାର ନେଉନି : ବିଜେଡି
ଭୁବନେଶ୍ୱର: କେନ୍ଦ୍ର ସରକାର ବଳକା ଉଷୁନା ଚାଉଳ ନେଉନଥିବା ବିଜେଡି ପକ୍ଷରୁ ଅଭିଯୋଗ କରାଯାଇଛି । ସୋମବାର ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡି ନେତା ରୋହିତ ପୂଜାରୀ ଓ ସ୍ନେହାଙ୍ଗିନୀ ଛୁରିଆ ଅଭିଯୋଗ କରିଛନ୍ତି । ସେମାନଙ୍କ କହିବା ଅନୁଯାୟୀ ଓଡ଼ିଶାରୁ ଉପôାଦିତ ଉଷୁନା ଚାଉଳର ୫୦ ପ୍ରତିଶତ କେନ୍ଦ୍ର ନେବ କହୁଛି । ଏଯାଏ ରାଜ୍ୟରେ ୩୫ ଲକ୍ଷ ମେଟ୍ରିକ ଟନରୁ ଅଧିକ ଧାନ ସଂଗ୍ରହ ହୋଇଛି । ଚଳିତ ବର୍ଷ ମୋଟ ୮୨ ଲକ୍ଷ ମେଟ୍ରିକ ଟନ ଧାନ କିଣାଯିବା ଲକ୍ଷ୍ୟ ରହିଛି । ଧାନ କିଣା ନେଇ ଚାଷୀଙ୍କୁ ସେମାନଙ୍କ ପ୍ରାପ୍ୟ ରାଜ୍ୟ ସରକାର ଦେଇଛନ୍ତି । ତେବେ ସେନେଇ କେନ୍ଦ୍ର ଏଯାବତ ରାଜ୍ୟ ସରକାରଙ୍କୁ ଟଙ୍କା ଦେଇନି । କେନ୍ଦ୍ର ଉଷୁନା ଚାଉଳ ନନେଲେ ଓଡ଼ିଶା ଉପରେ ୧୦ ହଜାର କୋଟି ବୋଝ ପଡ଼ିବ । ରାଜ୍ୟ ବିଜେପି ଚାଷୀଙ୍କ ପାଇଁ କୁମ୍ଭୀର କାନ୍ଦଣା ନକାନ୍ଦି କେନ୍ଦ୍ରକୁ ବୁଝାଉ ବୋଲି ସୋମବାର ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡି ନେତା ରୋହିତ ପୂଜାରୀ ଓ ସ୍ନେହାଙ୍ଗିନୀ ଛୁରିଆ କହିଛନ୍ତି ।