ବାଇକ୍‌କୁ ଧକ୍କା ଦେଲା ପିକଅପ୍ ଭ୍ୟାନ୍, ଚାଲିଗଲା ୨ ଜୀବନ

ବାଇକ୍‌କୁ ଧକ୍କା ଦେଲା ପିକଅପ୍ ଭ୍ୟାନ୍, ଚାଲିଗଲା ୨ ଜୀବନ

ବାଇକ୍‌କୁ ଧକ୍କା ଦେଲା ପିକଅପ୍ ଭ୍ୟାନ୍, ଚାଲିଗଲା ୨ ଜୀବନ

ଜଗତପୁର, : ବାଇକ୍‌କୁ ଧକ୍କା ଦେଲା ପିକଅପ୍ ଭ୍ୟାନ୍। ବାପା-ଝିଅ ମୃତ। କଟକ ଚାନ୍ଦବାଲି ରାସ୍ତା କାଜିବଜାର ଠାରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି।

ସୂଚନାନୁଯାୟୀ, ଗୁରୁବାର ଭୋର୍ ସମୟରେ ଏକ ପରିବା ବୋଝେଇ ପିକ୍ଅପ୍ ଭ୍ୟାନ କଟକରୁ କେନ୍ଦ୍ରାପଡ଼ା ଅଭିମୁଖେ ଯାଉଥିଲା। ଏହି ସମୟରେ କାଜିବଜାର ନିକଟରେ ବାଇକ୍‌ରେ ଯାଉଥିବା ସତ୍ୟଭାମାପୁର ଗ୍ରାମର ଅନୁପ ସାସଲ (୬୦) ଓ ଝିଅ ଅଞ୍ଜଳି ସ୍ଵାଇଁ (୩୭) ଙ୍କୁ ଧକ୍କା ଦେଇଥିଲା। ଫଳରେ ଉଉଭ ବାପା-ଝିଅ ରାସ୍ତା ଉପରେ ଛିଟିକି ପଡ଼ିଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି।