ବାଚସ୍ପତି ପଦ ଲାଗି ନାମାଙ୍କନ ଦାଖଲ କଲେ ବିକ୍ରମ କେଶରୀ ଆରୁଖ
ବାଚସ୍ପତି ପଦ ଲାଗି ନାମାଙ୍କନ ଦାଖଲ କଲେ ବିକ୍ରମ କେଶରୀ ଆରୁଖ
ଭୁବନେଶ୍ୱର: ୧୩ ତାରିଖରେ ହେବ ବାଚସ୍ପତି ନିର୍ବାଚନ। ଏହାପୂର୍ବରୁ ଆଜି ବିଧାନସଭା ସଚିବଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବିକ୍ରମ କେଶରୀ ଆରୁଖ । ଏହି ସମୟରେ ତାଙ୍କ ସହ ପ୍ରଣବ ପ୍ରକାଶ ଦାଶ, ନିରଞ୍ଜନ ପୂଜାରୀ, ସମୀର ଦାସ, ଭୂପିନ୍ଦର ସିଂ, ରାଜେନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।
ନାମାଙ୍କନ ପତ୍ର ଦାଖଲ ପରେ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ଆରୁଖ କହିଛନ୍ତି, ଓଡ଼ିଶା ବିଧାନସଭାର ବାଚସ୍ପତି ନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀ ମୋ ନାଁ ପ୍ରସ୍ତାବ କରିଥିବାରୁ ତାଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଉଛି। ଏଥିସହ ସମସ୍ତ ମନ୍ତ୍ରୀ ଓ ବିଧାୟକଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଉଛି। ବିଧାନସଭାର ପରମ୍ପରା ଓ ଗାରିମା ରକ୍ଷା ପାଇଁ ଉଦ୍ୟମ ଜାରି ରଖିବି । ଗୃହର ସୁପରିଚାଳନା ପାଇଁ ସମସ୍ତଙ୍କ ସହଯୋଗ ଲୋଡ଼ିଲେ ଆରୁଖ ।
ବରିଷ୍ଠ ବିଧାୟକ ସୂର୍ୟ୍ୟନାରାୟଣ ପାତ୍ର ଅସୁସ୍ଥ ଥିବାରୁ ସେ ପଦରୁ ଇସ୍ତଫା ଦେଇଥିଲେ। ପରେ ଭଞ୍ଜନଗର ବିଧାୟକ ବିକ୍ରମ କେଶରୀ ଆରୁଖ ବାଚସ୍ପତି ହେବା ନେଇ ଚର୍ଚ୍ଚା ଜୋରି ଧରିଥିଲା।




admin 