ବାତ୍ୟାଞ୍ଚଳ ପରିଦର୍ଶନ ପାଇଁ ବାହାରିଲେ ପ୍ରଧାନମନ୍ତ୍ରୀ

ବାତ୍ୟାଞ୍ଚଳ ପରିଦର୍ଶନ ପାଇଁ ବାହାରିଲେ ପ୍ରଧାନମନ୍ତ୍ରୀ

ବାତ୍ୟାଞ୍ଚଳ ପରିଦର୍ଶନ ପାଇଁ ବାହାରିଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭୁବନେଶ୍ୱରରେ ବାତ୍ୟା ‘ୟଶ’ ଜନିତ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରିବା ପରେ ବାତ୍ୟାଞ୍ଚଳ ଅଭିମୁଖେ ବାହାରିଛନ୍ତି । ଆକାଶ ମାର୍ଗରୁ ମୋଦୀ ବାତ୍ୟାରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିବା ଭଦ୍ରକ ଓ ବାଲେଶ୍ୱରର ସ୍ଥିତି ପରିଦର୍ଶନ କରିବେ । ବାଲେଶ୍ୱର ଓ ଭଦ୍ରକର କ୍ଷୟକ୍ଷତି ଦେଖିବା ପରେ ପୂର୍ବ ମେଦିନୀପୁର ଅଞ୍ଚଳର ବି କ୍ଷୟକ୍ଷତିକୁ ଅନୁଧ୍ୟାନ କରିବେ । ସେହିପରି ପଶ୍ଚିମବଙ୍ଗ ପ୍ରଶାସନ ସହ ସେ ମଧ୍ୟ ସମୀକ୍ଷା ବୈଠକ କରିବେ ବୋଲି ଜାଣିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଷଙ୍କ ସମୀକ୍ଷାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ମନେକରାଯାଉଛି । କାହିଁକିନା ସମୀକ୍ଷା କରିବା ପରେ ପ୍ରଧାନମନ୍ତ୍ରୀ ଏନେଇ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କରିବେ । ପୂର୍ବରୁ ମୋଦୀ ଏକ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରସ୍ଥ ବିମାନ ବନ୍ଦରରେ ଯୋଗଦେଇଥିଲେ । ପ୍ରଧାନମନ୍ତ୍ରୀଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀ ସ୍ୱାଗତ ଜଣାଇଥିଲେ । ପରେ ଭୁବନେଶ୍ୱର ବିମାନବନ୍ଦରରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ, ମୁଖ୍ୟ ଶାସନ ସଚିବ ସୁରେଶଚନ୍ଦ୍ର ମହାପାତ୍ର, ପୁଲିସ ଡିଜି ଶ୍ରୀ ଅଭୟ ଓ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ପ୍ରମୁଖ ଉପସ୍ଥିତ ଥିଲେ ।