ବାପାଙ୍କୁ ମନେ ପକାଇ କାନ୍ଦି ପକାଇଲେ ଝିଅ ଦୀପାଳି
ବାପାଙ୍କୁ ମନେ ପକାଇ କାନ୍ଦି ପକାଇଲେ ଝିଅ ଦୀପାଳି
ଝାରସୁଗୁଡ଼ା: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଦ୍ବାଦଶାହ ଅବସରରେ ଗୁରୁବାର ଝାରସୁଗୁଡ଼ା ସରବାହାଲଠାରେ ଏକ ବିରାଟ ସ୍ମୃତି ସଭା ଆୟୋଜିତ ହୋଇଛି। ଏହି ସ୍ମୃତିସଭାରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ସ୍ବତନ୍ତ୍ର ବିମାନ ଯୋଗେ ଆସି ମଧ୍ୟାହ୍ନ ୧୨.୪୫ରେ ସରବାହାଲ ହାଇସ୍କୁଲ ପଡ଼ିଆରେ ଆୟୋଜିତ ସଭା ସ୍ଥଳରେ ପହଞ୍ଚି ନବଙ୍କ ଫଟୋଚିତ୍ରରେ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି। ଏଥିସହ ନବଙ୍କ ପତ୍ନୀ, ଝିଅ ଦୀପାଳି ଓ ପୁଅ ବିଶାଲଙ୍କୁ ଭେଟି ସମବେଦନା ଜଣାଇଛନ୍ତି।
ଶ୍ରଦ୍ଧାଞ୍ଜଳି ସଭାରେ ଷ୍ଟେଜ ଉପରେ ଭାଷଣ ଦେବାବେଳେ ବାପାଙ୍କୁ ମନେ ପକାଇ ନବଙ୍କ କାନ୍ଦି ପକାଇଥିଲେ ଝିଅ ଦୀପାଳି । କାନ୍ଦି କାନ୍ଦି ସେ କହିଥିଲେ, ‘ମୁଁ କେବେ ଭାବି ନଥିଲି ମୋ ବାପାଙ୍କ ନାଁ ପୂର୍ବରୁ ସ୍ୱର୍ଗତଃ ଲଗାଇବାକୁ ପଡ଼ିବ। ହେଲେ ଆଜି ଲଗାଇବାକୁ ପଡ଼ୁଛି। ଯେତେବେଳେ ବି ମୁଁ ଷ୍ଟେଜ୍କୁ ଆସୁଥିଲି କିଛି କହିବା ପାଇଁ, ପଛରେ ବାପା ବସି ମୋ ଭାଷଣ ଶୁଣୁଥିଲେ ଆଉ କହୁଥିଲେ, ଦୀପାଳି ତୁ ଭଲ କହୁଛୁ। ହେଲେ ଆଜି ସେ ମୋ ପାଖରେ ନାହାନ୍ତି। କିନ୍ତୁ ମୁଁ ଜାଣିଛି ଆଜିବି ସେ ମୋ ପଛ ଆଡ଼େ ଛିଡ଼ା ହୋଇଛନ୍ତି। ଆଜି ବି ମୁଁ ଯାହା କହିବି ସବୁ ସେ ଶୁଣୁଛନ୍ତି। ଆଉ ସବୁବେଳେ ବାପା ମୋ ସହ ଅଛନ୍ତି।’




admin 