ବିଜେଡି ଛାଡିଲେ ପ୍ରମୋଦ

ବିଜେଡି ଛାଡିଲେ ପ୍ରମୋଦ

ଭୁବନେଶ୍ୱର: କୁସୁମ ଟେଟେଙ୍କ ସହ ଆଉ ଜଣେ ବିଜେଡି ନେତା ମଧ୍ୟ ଦଳରୁ ଇସ୍ତଫା ଦେଇଛନ୍ତି। ସେ ହେଉଛନ୍ତି ପ୍ରମୋଦ ପଟ୍ଟନାୟକ। କଳାହାଣ୍ଡି ଜିଲ୍ଲା ବିଜେଡି ସାଧାରଣ ସମ୍ପାଦକ ପ୍ରମୋଦ ପଟ୍ଟନାୟକ ମଙ୍ଗଳବାର ଦଳରୁ ଇସ୍ତଫା ଦେଇଛନ୍ତି । ଜୁନାଗଡ଼ ବିଧାନସଭା ଆସନରୁ ସେ ବିଜେଡିରୁ ପ୍ରାର୍ଥୀ ହେବା ପାଇଁ ଆଶାୟୀ ଥିଲେ । କିନ୍ତୁ ତାଙ୍କୁ ଟିକେଟ ନମିଳିବାରୁ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି । ଦଳର ନେତା ପ୍ରତିଶ୍ରୁତି ଦେଇ କଥା ରଖି ନଥିବା ସେ ଅଭିଯୋଗ କରିଛନ୍ତି ।