ବିଜେପି ନେତା ହତ୍ୟା ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ବିଜେପି ନେତା ହତ୍ୟା ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ବିଜେପି ନେତା ହତ୍ୟା ମାମଲାର  ତଦନ୍ତ କରିବ କ୍ରାଇମବ୍ରାଞ୍ଚ
ଭୁବନେଶ୍ବର : ଖୋର୍ଦ୍ଧାରେ ବିଜେପି ନେତା ମଙ୍ଗୁଳି ଜେନା ହତ୍ୟା ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ହେବ। ଏନେଇ ଡିଜି ବି.କେ. ଶର୍ମା ସୂଚନା ଦେଇଛନ୍ତି। ତଦନ୍ତ ଦାୟିତ୍ବ କ୍ରାଇମବ୍ରାଞ୍ଚର ଡିଏସ୍‌ପି ପ୍ରମୋଦ ରଥଙ୍କୁ ଦିଆଯାଇଥିବା ସୂଚନା ମିଳିଛି। ଏଥିସହ ଆଇଜି ଅରୁଣ ବୋଥ୍ରା ଏହାର ତତ୍ତ୍ବାବଧାନ କରିବେ। ସୂଚନାଯୋଗ୍ୟ ଯେ, ରବିବାର ବିଳମ୍ବିତ ରାତିରେ ଖୋର୍ଦ୍ଧାରେ ବିଜେପି ନେତା ତଥା ମଣ୍ଡଳ ସଭାପତି ମଙ୍ଗୁଳି ଜେନାଙ୍କୁ ଦୁର୍ବୃତ୍ତମାନେ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ନବୀନାବାଗରେ ଥିବା ବିଜେପି କାର୍ଯ୍ୟାଳୟ ନିକଟରେ ଦୁଇଜଣ ଦୁବୃର୍ତ୍ତ ବାଇକରେ ଆସି ଗୁଳିମାଡ଼ କରି ଫେରାର ହୋଇଯାଇଥିଲେ। ତେବେ ଗୁଳିମାଡ଼ରେ ତାଙ୍କର ମୃତ୍ୟୁ ଘଟିଥିଲା।