ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର

ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର

ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର
ଭୁବନେଶ୍ୱର: ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ତେବେ ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି । ଭୁବନେଶ୍ୱର ଏମ୍ସ ନିଦେ୍ର୍ଧଶିକା ବି. ଗୀତାଞ୍ଜଳୀ ସୂଚନା ଦେଇଛନ୍ତି । ୪ ଜଣିଆ ଡାକ୍ତରୀ ଟିମ୍ ପ୍ରଦୀପ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ତଦାରଖ କରୁଛନ୍ତି । ଏମ୍ସର ୨, ରାଜ୍ୟ ସରକାରଙ୍କ ୨ ଜଣ ଡାକ୍ତର ତଦାରଖ କରୁଛନ୍ତି । ବର୍ତମାନ ପ୍ରଦୀପ୍ତ ଆଇସିୟୁରେ ଭେଂଟିଲେଟରରେ ଅଛନ୍ତି । ଆବଶ୍ୟକ ହେଲେ ତାଙ୍କୁ ଭଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯିବ ବୋଲି ସୂଚନା ମିଳିଛି । କିନ୍ତୁ ବର୍ତମାନ ସେଭଳି ସ୍ଥିତି ଆସିନଥିବା ବୋଲି ନିଦେ୍ର୍ଧଶକ କହିଛନ୍ତି ।