ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କୁ କରୋନା ପଜିଟିଭ୍

ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କୁ କରୋନା ପଜିଟିଭ୍

ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କୁ କରୋନା ପଜିଟିଭ୍
ଭୁବନେଶ୍ବର: ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ତେବେ ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କୁ କରୋନା । କରୋନାରେ ସଂକ୍ରମିତ ହୋଇ ଭୁବନେଶ୍ବର ଏମ୍ସ ସ୍ଥିତ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ପ୍ରଦୀପ୍ତ ନାୟକ । ସୂଚନା ମୁତାବକ ବର୍ତ୍ତମାନ ପ୍ରଦୀପ୍ତ ନାୟକଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି । ଏକ ସ୍ବତନ୍ତ୍ର ଡାକ୍ତରୀ ଦଳ ତାଙ୍କର ସ୍ବାସ୍ଥ୍ୟବସ୍ଥା ତଦାରଖ କରୁଛନ୍ତି ।