ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୯ ଲକ୍ଷ ୩୨ ହଜାର ୪୫୦ରେ ପହଞ୍ଚିଛି

ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୯ ଲକ୍ଷ ୩୨ ହଜାର ୪୫୦ରେ ପହଞ୍ଚିଛି

ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୯ ଲକ୍ଷ ୩୨ ହଜାର ୪୫୦ରେ ପହଞ୍ଚିଛି

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୯ ଲକ୍ଷ ୩୨ ହଜାର ୪୫୦ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ କୋଟି ୧୫ ଲକ୍ଷ ୩୨ ହଜାର ୯୧୪କୁ ବୃଦ୍ଧି ପାଇଛି । ମୋଟ ୧୬ କୋଟି ୬୦ ଲକ୍ଷ ୬୫ ହଜାର ୨୫୨ ଜଣ ସୁସ୍ଥ ହୋଇଛନ୍ତି । ୧ କୋଟି ୧୫ ଲକ୍ଷ ୩୫ ହଜାର ୨୧୨ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୮୦ ହଜାର ୭୨୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । କରୋନା ପ୍ରଭାବିତ ୨୨୨ଟି ଦେଶ ମଧ୍ୟରୁ ଆମେରିକାରେ ସର୍ବାଧିକ ମୃତ୍ୟୁ ଘଟିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୬ ଲକ୍ଷ ୧୯ ହଜାର ୩୪୨ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।