ବିଷ୍ଣୁ ସେଠୀଙ୍କ ବିୟୋଗରେ ଏମିତି କହିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ବିଷ୍ଣୁ ସେଠୀଙ୍କ ବିୟୋଗରେ ଏମିତି କହିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର: ଭଦ୍ରକ ଜିଲ୍ଲା ଧାମନଗରର ବିଜେପି ବିଧାୟକ ତଥା ବିରୋଧୀ ଦଳର ଉପନେତା ବିଷ୍ଣୁ ସେଠୀଙ୍କର ଆଜି ସକାଳୁ ପରଲୋକ ହୋଇଛି। ମାତ୍ର ୬୧ ବର୍ଷ ବୟରେ ଆଖି ବୁଜିଛନ୍ତି ଏହି ଟାଣୁଆ ନେତା। ବିଷ୍ଣୁ ସେଠୀଙ୍କ ମୃତ୍ୟୁରେ ଗଭୀର ଶୋକ ପ୍ରକଟ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସେ କହିଛନ୍ତି, ଓଡ଼ିଶା ବିଧାନସଭାର ବିରୋଧୀ ଦଳର ଉପନେତା, ଆମ ଦଳର ବରିଷ୍ଠ ନେତା ତଥା ଧାମନଗର ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ବିଷ୍ଣୁ ଭାଇଙ୍କ ସହ ମୋର ପାରିବାରିକ ସମ୍ପର୍କ ଥିଲା।ଜଣେ ବଡ଼ ଭାଇ ଭାବରେ ସେ ମୋତେ ସ୍ନେହ ଆଦର କରନ୍ତି ।
ଜଣେ ସ୍ନେହୀ,ଅମାୟିକ ବ୍ୟକ୍ତିତ୍ୱ ଭାବେବିଷ୍ଣୁ ଭାଇ ସମସ୍ତଙ୍କ ପ୍ରିୟ ପାତ୍ର ହୋଇ ପାରିଥିଲେ। ବିଧାନସଭାରେ ଶାଣିତ ସ୍ୱରରେ ଜନସାଧାରଣଙ୍କ ସମସ୍ୟା ଉପସ୍ଥାପନ କରିବାରେ ତାଙ୍କର ଶୈଳି ଥିଲା ନିଆରା। ଜଣେ ଲେଖକ ଓ ସୁବକ୍ତା ଭାବେ ସେ ନିଜର ଅନ୍ୟ ଏକ ପରିଚୟ ତିଆରି କରିଥିଲେ । ଦକ୍ଷ ସଂଗଠକ ଭାବରେ ଆମ ଦଳର ସଂଗଠନକୁ ମଜଭୂତ୍ କରିବାରେ ତାଙ୍କର ଭୂମିକା ଅତୁଳନୀୟ। ତାଙ୍କ ବିୟୋଗ କେବଳ ଆମ ଦଳ ପାଇଁ ନୁହେଁ ବରଂ ରାଜ୍ୟ ରାଜନୀତିରେ ଅପୂରଣୀୟ କ୍ଷତି ବୋଲି ଟ୍ୱିଟ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।
ବିଷ୍ଣୁ ସେଠୀ ପ୍ରାୟ ବର୍ଷେ ହେବ ବର୍ଷେ ହେଲା କିଡନୀ ରୋଗରେ ପୀଡ଼ିତ ଥିଲେ। ତାଙ୍କର ନିୟମିତ ଡାଇଲିସିସ୍ ଚାଲିଥିଲା। ତେବେ ମାସକ ତଳେ ତାଙ୍କର ଲଙ୍ଗ୍ସ ସଂକ୍ରମଣ ଓ ବ୍ରେନ୍ ଷ୍ଟ୍ରୋକ୍ ହେବାରୁ ତାଙ୍କୁ ଓଉଟରେ ଭର୍ତ୍ତି କରାଯାଇଥିଲା। ପରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ତାଙ୍କ ଦେହାନ୍ତ ହୋଇଛି ।ମାତ୍ର ଡାକ୍ତରଙ୍କ ଶତଚେଷ୍ଟା ସତ୍ତ୍ୱେ ଆଜି ସକାଳେ ତାଙ୍କର ହୃଦଘାତ ହୋଇଥିଲା। ଏହାପରେ ପ୍ରାୟ ୭ଟା ୪୫ ମିନିଟ୍ରେ ଆଖି ବୁଜିଛନ୍ତି ବିଜେପିର ଏହି ପୁରୁଖା ନେତା।




admin 