ବୁର୍ଲର ଭିସୁଟର ୨୫ ଜଣ ଛାତ୍ର କରୋନାରେ ଆକ୍ରାନ୍ତ

ବୁର୍ଲର ଭିସୁଟର ୨୫ ଜଣ ଛାତ୍ର କରୋନାରେ ଆକ୍ରାନ୍ତ

ବୁର୍ଲର ଭିସୁଟର ୨୫ ଜଣ ଛାତ୍ର କରୋନାରେ ଆକ୍ରାନ୍ତ
ସମ୍ବଲପୁର: ମହାରାଷ୍ଟ୍ର ସମେତ ଅନ୍ୟ କେତେକ ରାଜ୍ୟରେ କୋଭିଡ୍‌ ସଂକ୍ରମଣ ବ୍ୟାପିବା ଘଟଣା ସାମ୍‌ନାକୁ ଆସିବା ପରେ ଓଡ଼ିଶା ସରକାର ପୁଣିଥରେ ତତ୍ପର ହୋଇଛନ୍ତି। ରାଜ୍ୟରେ କୋଭିଡ୍‌ ସ୍ଥିତି ନିୟନ୍ତ୍ରଣକୁ ଆସିବା ପରେ ନିୟମ କୋହଳ କରି ଲୋକଙ୍କ ଜୀବନଜୀବିକା ପାଇଁ ବଜାର, ହାଟ ଓ ଶିକ୍ଷାନୁଷ୍ଠାନ ଆଦି ସରକାର ଖୋଲି ଦେଇଥିଲେ। ଏବେ ଆଉଥରେ ସାନି ସଂକ୍ରମଣ ବ୍ୟାପିଲେ ସ୍ଥିତିକୁ ବିଗାଡ଼ି ଦେଇପାରେ। ପରିସ୍ଥିତିର ଗମ୍ଭୀରତାକୁ ଉପଲବ୍ଧ କରି ରାଜ୍ୟ ସରକାର କଟକଣା ଲଗାଇଛନ୍ତି । ତେବେ ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ବୁର୍ଲର ଭିସୁଟର ୨୫ ଜଣ ଛାତ୍ର କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଗତକାଲି ୨୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ଆଜି ଆଉ ଜଣେ ମୋଟ ୨୫ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି । କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ତପôରତା ପ୍ରକାଶ ପାଇଛି । ଉପଜିଲ୍ଲାପାଳ ଓ ପିଡି ଡିଆରଡିଏ ହଷ୍ଟେଲରେ ସ୍ଥିତିର ସମୀକ୍ଷା କରିଛନ୍ତି ।